Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

scb fire incident / କଟକ ଏସସିବି ମେଡିକାଲ ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତିଙ୍କ ଶୋକ,ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପିଏମ

Bikash Mohanty
Browse all articles by Bikash Mohanty
·4 months ago·3 min read
କଟକ ଏସସିବି ମେଡିକାଲ ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତିଙ୍କ ଶୋକ,ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପିଏମ
Scb fire

Key Points

କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣା
ସାରା ଦେଶରେ ଶୋକର ଛାୟା
ଶୋକପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ
କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ସାରା ଦେଶରେ ଶୋକରଛାୟା ଖେଳି ଯାଇଛି। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ଆହତମାନଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି।

କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି । ସେ ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରୁଛି । ଏହି ଦୁର୍ଘଟଣାରେ ସେ ମର୍ମାହତ ବୋଲି ଲେଖିଛନ୍ତି

SCB ଅଗ୍ନିକାଣ୍ଡ ଘଟଣାନେଇ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୃତକଙ୍କ ପରିବାର ପ୍ରତି ଜଣାଇଲେ ସମବେଦନା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପିଏମ। ଗୁରୁତରଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କାର ସହାୟତା ଘୋଷଣା।ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ପିଏମ ମୋଦି। ସମସ୍ତ ପ୍ରଭାବିତଙ୍କ ପାଇଁ ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟ ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ପିଏମଙ୍କୁ ଜଣାଇଲେ ମୁଖ୍ୟମନ୍ତ୍ରୀ।

SCB ଅଗ୍ନିକାଣ୍ଡ ଘଟଣାନେଇ ଶୋକ ବ୍ୟକ୍ତ କଲେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ । ଏହି ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି। ଓଡ଼ିଶା ସରକାର ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏକ୍ସରେ ପୋଷ୍ଟ କରିଛନ୍ତି।
କଟକ ବଡ଼ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ । ଟ୍ରମା କେୟାର ICUରେ ଅଗ୍ନିକାଣ୍ଡ ଯୋଗୁ 10 ଜଣଙ୍କ ମୃତ୍ୟୁ ହୋଇଛି । ଆଇସିୟୁ ଭିତରେ 7 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାର ପରେ ଆଉ 3 ଜଣଙ୍କ ମୃତ୍ୟୁ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ପରେ ଘଟଣାର ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ 25 ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଉଦ୍ଧାର କାର୍ଯ୍ୟ ବେଳେ ଏସସିବି ମେଡିକାଲର 11 ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ଏବେ 12 ଜଣଙ୍କ ଚିକିତ୍ସା ଚାଲିଛି । ଏହି ଅଗ୍ନିକାଣ୍ଡର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସୁବିଧା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବାସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ରାଜ୍ୟର ସମସ୍ତ ମେଡ଼ିକାଲକୁ ଅଗ୍ନିନିରାପତ୍ତା ପାଇଁ 320 କୋଟି ଟଙ୍କା ବଜେଟ ଦିଆଯାଇଛି । ଯୁଦ୍ଧ କାଳୀନ ଭିତରେ କାର୍ଯ୍ୟ ଚାଲିଛି। ତେବେ ଏସ ସିବି ମେଡ଼ିକାଲ କଲେଜରେ ଅଗ୍ନି ନିରାପତ୍ତାକୁ ଅନୁଧ୍ୟାନ କରିବା ସହ ଅଗ୍ନିକାଣ୍ଡ କାରଣ କଣ ଅନୁଧ୍ୟାନ ପାଇଁ ଅଗ୍ନିଶମ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଅଗ୍ନିକାଣ୍ଡରେ ଯାହାର ତ୍ରୁଟି ଥିବ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ଏହି ଅଘଟଣର କାରଣ ଖୋଜିବା ପାଇଁ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାରଙ୍କ ସହାୟତା କେନ୍ଦ୍ର ସରକାରଙ୍କ ବ୍ୟତୀତ ରାଜ୍ୟ ସରକାର ମଧ୍ୟ ମୃତକଙ୍କ ପରିବାର ପାଇଁ ୨୫ଲକ୍ଷର ସହାୟତା ରାଶି ଘୋଷଣା କରିଛନ୍ତି। ଏବଂ ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ଦୁଃଖଦ ଘଟଣା ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ସୁରକ୍ଷା ଦୃଷ୍ଟିରୁ ମେଡିକାଲ ପରିସରରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
ପଢନ୍ତୁ ଏହି ଖବର: ଏସସିବି ଭୟାବହ ଅଗ୍ନିକାଣ୍ଡ ଘଟଣା: ଆସିଲା ୧୦ ମୃତକଙ୍କ ପରିଚୟ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
scb fire incident | SCB Medical Cuttack Fire: President, PM and Leaders Express Deep Grief | Argus News