Odisha School Holiday / ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା, ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡ଼ି
·46 mins ago·1 min read

Key Points
ସ୍କୁଲ ଛୁଟି ନେଇ ବଡ଼ ଅପଡେଟ୍
ବର୍ଷା ପାଇଁ ପ୍ରଶାସନର ବଡ଼ ନିଷ୍ପତ୍ତି
ଜାଣନ୍ତୁ କେଉଁ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ
ବର୍ଷା ପାଇଁ ପ୍ରଶାସନର ବଡ଼ ନିଷ୍ପତ୍ତି
ଜାଣନ୍ତୁ କେଉଁ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ
ଦୁର୍ବଳ ହେଲା ବାତ୍ୟା ‘ଅର୍ଣ୍ଣବ’ । ବାତ୍ୟା ‘ଅର୍ଣ୍ଣବ’ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରି ଏହା ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଏବଂ ଉତ୍ତର-ପୂର୍ବ ତେଲେଙ୍ଗାନାର ସଂଲଗ୍ନ ଅଞ୍ଚଳ ଉପରେ ରହିଛି ।
ସେପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ନିର୍ଦ୍ଦେଶନାମାକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ (DEO)ଙ୍କୁ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ ପକ୍ଷରୁ କୁହାଯାଇଛି ।
ସେହିପରି କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଆଜି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିଛି । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ପ୍ରାଥମିକ, ଉଚ୍ଚପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ରହିଥିଲେ ମଧ୍ୟ ସ୍କୁଲର ଶିକ୍ଷକ ଏବଂ କର୍ମଚାରୀମାନେ ନିୟମିତ ବିଦ୍ୟାଳୟରେ ଉପସ୍ଥିତ ରହି ଜରୁରୀକାଳୀନ କିମ୍ବା ବାକିଥିବା ଦାୟିତ୍ୱ ସମ୍ପାଦନ କରିବେ ।
ସେପଟେ ଅର୍ଣ୍ଣବ ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ୮ ଜିଲ୍ଲା ହେଉଛି: ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେଉଁଝର, ମୟୂରଭଞ୍ଜ ଓ ବାଲେଶ୍ବର ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories