Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମହିଳା ଦିବସରେ ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି

Banajyotshna Ray
Browse all articles by Banajyotshna Ray
·1 year ago·2 min read
ମହିଳା ଦିବସରେ ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି

ଅନ୍ତର୍ଜାତୀୟ ମହିଳା ଦିବସରେ କୋଟିଏ 64 ହଜାର ମହିଳାଙ୍କୁ ଗୋଟିଏ ଦିନରେ 5 ହଜାର କୋଟିରୁ ଅଧିକ ଟଙ୍କା ପଠାଇ ଇତିହାସ ରଚିଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ଆଜି ୯ ମାସ ମଧ୍ୟରେ ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଆମେ ଯାହା ପ୍ରତିଶ୍ତୁତି ଦେଇଥିଲୁ ତାହା ପୂରଣ କରିଛୁ ।

ବୌଦ୍ଧ, ବଲାଙ୍ଗିର, ବାଲେଶ୍ବର, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ହିତାଧିକାରୀମାନେ ଯୋଗ ଦେଇ ଟଙ୍କା ପାଇବା ପରେ ଖୁସି ବ୍ୟକ୍ତ କରିଛନ୍ତି । ସୁଭଦ୍ରା ଟଙ୍କା ସେମାନଙ୍କୁ ସ୍ବାବଲମ୍ବି କରିବାରେ ସହାୟକ ହେଉଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଜଗତସିଂହପୁରରେ ଆୟୋଜିତ ଜିଲ୍ଲାସ୍ତରୀୟ ସମାଵେଶରେ ଟଙ୍କା ବାଣ୍ଟିଲେ ଶିଳ୍ପ ଦକ୍ଷତା ଵିକାଶ ମନ୍ତ୍ରୀ ସମ୍ପଦ ସ୍ଵାଇଁ । ବାଲେଶ୍ବରରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀ ବିରୋଧୀଙ୍କୁ କଟାକ୍ଷ କରିବା ସହ ମୋହନ ମାଝିଙ୍କୁ ଧନ୍ୟବାଦ ଦେଇଥିଲେ। ବାରିପଦା କଲେଜ ପଡିଆଠାରେ ଜିଲ୍ଲା ସ୍ତରୀୟ ସୁଭଦ୍ରା କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ମହିଳାଙ୍କ ଆତ୍ମବଳ ବୃଦ୍ଧି କରିଥିଲେ । ବୌଦ୍ଧ ଜିଲ୍ଲା କଚେରୀ ପଡିଆରେ ସୁଭଦ୍ରା ଦ୍ଵିତୀୟ କିସ୍ତି ର ସିଧାପ୍ରସାରଣ ଅନୁଷ୍ଠିତ ହୋଇଥିଲା ।

ମହିଳାଙ୍କ ଗୌରବ ଗାଥା ବଖାଣିଲେ ମୁଖ୍ୟମନ୍ତ୍ରୀ । ସୁଭଦ୍ରା ଯୋଜନାରେ ସଶକ୍ତ ହେଉଛନ୍ତି ମହିଳା, ସ୍ବାବଲମ୍ବୀ ହେବା ସହ ବଢୁଛି ପରିବାରର ରୋଜଗାର । ସବୁ କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରୁଛନ୍ତି ମହିଳା । ସୁଭଦ୍ରା ଯୋଜନା ମହିଳାଙ୍କ ଆତ୍ମବିଶ୍ବାସ ବଢ଼ାଇବା ସହ ସେମାନଙ୍କୁ ପ୍ରୋତ୍ସାହିତ କରୁଛି ।.ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡ଼ିଶା ଦେଶରେ ଦ୍ବିତୀୟ । ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୪୯୩ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ ୧୪୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‍ଘାଟନ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
second-installment-of-subhadra-yojana-goes-to-womens-accounts-on-womens-day | Argus News