Videos
|
Odisha

ଆସନ୍ତାକାଲି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ; ୮୮ ଆସନ ପାଇଁ ହେବ ମତଦାନ

Smruti Parija
Browse all articles by Smruti Parija
·2 years ago·2 min read
ଆସନ୍ତାକାଲି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ; ୮୮ ଆସନ ପାଇଁ ହେବ ମତଦାନ

ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଦେଶରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୧୨ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୮୮ ଆସନ ପାଇଁ ହେବ ମତଦାନ । ଭୋଟିଂ ପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ୧୩ଟି ରାଜ୍ୟର ମତଦାତା 1198 ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।

ଦ୍ୱିତୀୟ ପର୍ଯ୍ୟାୟରେ ୧୩ଟି ରାଜ୍ୟର 88ଟି ଲୋକସଭା ଆସନ ପାଇଁ ଆସାମ, ବିହାର, ଛତିଶଗଡ଼, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ରାଜସ୍ଥାନ, ତ୍ରିପୁରା, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଜମ୍ମୁ-କଶ୍ମୀରରେ ମତଦାନ ହେବ। ବିହାରର ୫ଟି, ଛତିଶଗଡ଼ର ୩ଟି, କର୍ଣ୍ଣାଟକର ୧୪ଟି, ମଧ୍ୟପ୍ରଦେଶର ୭ଟି, ଉତ୍ତରପ୍ରଦେଶର ୮ଟି, ପଶ୍ଚିମବଙ୍ଗର ୩ଟି, ମହାରାଷ୍ଟ୍ରର ୮ଟି, ରାଜସ୍ଥାନର ୧୩ଟି, ମଣିପୁରର ଗୋଟିଏ, କେରଳର ୨୦, ତ୍ରିପୁରା ଏବଂ ଜମ୍ମୁ କଶ୍ମୀରର ଗୋଟିଏ ଲେଖାଏଁ ଆସନ ଏବଂ ଆସାମର ୫ଟି ସିଟ୍ ପାଇଁ ହେବ ମତଦାନ। 

କଂଗ୍ରେସ ନେତା ରାହୁଲ ଗାନ୍ଧି ଦ୍ୱିତୀୟ ପର୍ଯ୍ୟାୟରେ କେରଳର ୱାୟନାଡ଼ ଆସନରୁ ନିର୍ବାଚନ ଲଢୁଛନ୍ତି । ରାହୁଲ ଗାନ୍ଧିଙ୍କ ବିରୋଧରେ ସିପିଆଇର ଆନି ରାଜା ଏବଂ ବିଜେପିର କେ ସୁରେନ୍ଦ୍ରନ ପ୍ରାର୍ଥୀ ହୋଇଛନ୍ତି। ଏଥର ମୁକାବିଲା ତୀବ୍ର ପ୍ରତିଦ୍ବନ୍ଦ୍ବିତାପୂର୍ଣ୍ଣ ରହିଥିବା ବେଳେ ଏହି ଆସନ ଉପରେ ପୂରା ଦେଶର ନଜର ରହିଛି। ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବର୍ତ୍ତମାନର ସାଂସଦ ତଥା କଂଗ୍ରେସ ନେତା ଶଶି ଥରୁର କେରଳର ତିରୁବନନ୍ତପୁରମ ଆସନରୁ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ ରାଜୀବ ଚନ୍ଦ୍ରଶେଖରଙ୍କ ବିପକ୍ଷରେ ନିର୍ବାଚନ ଲଢୁଛନ୍ତି। ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ମଥୁରାରୁ ତୃତୀୟ ଥର ପାଇଁ ବିଜେପି ପ୍ରାର୍ଥୀ ହୋଇଛନ୍ତି। ମିରଟ ଆସନରେ ବିଜେପି ‘ରାମାୟଣ’ ଧାରାବାହିକର ଅଭିନେତା ଅରୁଣ ଗୋଭିଲଙ୍କୁ ପ୍ରାର୍ଥୀ କରିଛି। ମଥୁରା ଓ ମିରଟ ଲୋକସଭା ଆସନ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ।

ଏପ୍ରିଲ ୧୯ତାରିଖରେ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ ୬୪ ପ୍ରତିଶତ ମତଦାନ ହୋଇଥିଲା। ଚଳିତ ଲୋକସଭା ନିର୍ବାଚନ ୭ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି। ଜୁନ୍ ପହିଲାରେ ଶେଷ ପର୍ଯ୍ୟାୟ ମତଦାନ ହେବ ଏବଂ ଜୁନ୍ ୪ତାରିଖରେ ଭୋଟ ଗଣତି ହେବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ରାଜନୀତି ଖବର...

Second phase election tomorrow; Voting will be held for 88 seats | Argus News