ଆଜିଠୁ ସପ୍ତଦଶ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବୈଠକ
·1 year ago

ଅର୍ଗସ ବ୍ୟୁରୋ: ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ବୌଠକ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ବୌଠକ ଜୁଲାଇ 22ରୁ 31 ପର୍ଯ୍ୟନ୍ତ ବସିଥିଲା । ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବାକୁ ଥିବା ବେଳେ ଆସନ୍ତାକାଲି ବିଭାଗୀୟ ସ୍ଥାୟୀ କମିଟିମାନଙ୍କର ରିପୋର୍ଟ ଉପସ୍ଥାପନ ହେବ।
ଏହା ପରେ 21ରୁ ସେପ୍ଟେମ୍ବର 9 ପର୍ଯ୍ୟନ୍ତ ବିଭିନ୍ନ ବିଭାଗକୁ ମିଳିଥିବା ଅନୁଦାନ ନିମନ୍ତେ ଖର୍ଚ୍ଚ ଦାବି ଆଲୋଚନା ହେବ । ତେବେ ଏହି ଅଧିବେଶନରେ ସବୁ ରାଜନୈତିକ ଦଳ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । ଗୃହ ଭିତରେ ବିଭିନ୍ନ ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଘେରିବା ପାଇଁ ବିରୋଧୀ ପ୍ରସ୍ତୁତ ହୋଇଥିବା ବେଳେ ଏହାକୁ ଜୋରଦାର କାଉଁଣ୍ଟର କରିବାକୁ ଶାସକ ଦଳ ମଧ୍ୟ ତୟାର ହୋଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: