Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସେନାପଟା ନୀତି: ଆଜି ଦିନ ୨ଟା ଯାଏ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ

Rashmita Mishra
Browse all articles by Rashmita Mishra
·1 year ago·1 min read
ସେନାପଟା ନୀତି: ଆଜି ଦିନ ୨ଟା ଯାଏ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ

Key Points

ଆଜି ସେନାପଟା ଲାଗି ନୀତି 

ଦିନ ୨ଟା ଯାଏ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ

ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ଏହା ଅନ୍ୟତମ

ଆସନ୍ତାକାଲ ସ୍ନାନ ପୂର୍ଣ୍ନିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧାବିଗ୍ରହ । ଏନେଇ ପାରମ୍ପରିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ସମ୍ପର୍ଣ୍ଣ ହୋଇଛି । ସ୍ନାନବେଦୀକୁ ପହଣ୍ଡି ପୂର୍ବରୁ ଶ୍ରୀବିଗ୍ରହଙ୍କ ବାହୁକଣ୍ଟ ଓ ଚାରମାଳ ବନ୍ଧା ନୀତି ସମ୍ପର୍ଣ୍ଣ ହୋଇଛି ।

ଆଜି ସେନାପଟା ଲାଗି ନୀତି ହେବ । ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି । ସ୍ବତନ୍ତ୍ର ନୀତି ଲାଗି ରାତି ପହୁଡ଼ଠାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ଆଜି ଦିନ ୨ଟା ଯାଏ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । ସ୍ନାନ ପୂର୍ଣ୍ନିମାରେ ପହଣ୍ଡି ପୂର୍ବରୁ ଦଇତାପତି ସେବାୟତମାନେ ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ସେନାପଟା ଲାଗି ଓ ବାହୁଟକଣ୍ଟ ନୀତି ସମ୍ପାଦିତ କରିବା ପରେ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିବେ ଚତୁର୍ଦ୍ଧାବିଗ୍ରହ ।

ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ସେନାପଟା ନୀତି ଅନୁଷ୍ଠିତ ହେବ। ସେନାପଟା ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ।

ତେଣୁ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପହଣ୍ଡି ପୂର୍ବରୁ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ସେନାପଟା ଲାଗି କରାଇଥାନ୍ତି। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ଏହା ଅନ୍ୟତମ। ତେଣୁ ଏହି ଗୁପ୍ତ ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ସୋମବାର ୯ ତାରିଖ ରାତ୍ର ଆଳତି ପହୁଡ଼ଠାରୁ ମଙ୍ଗଳବାର ଅର୍ଥାତ୍‌ ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସେନାପଟାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
senapata-policy-devotees-will-be-deprived-of-the-darshan-of-shriji-till-2-pm-today | Argus News