ଜଳୁଛି ଦିନ, ଲୋକେ ହନ୍ତସନ୍ତ
·1 year ago

ଅର୍ଗସ ବ୍ୟୁରୋ: ମୌସୁମୀ ଋତୁରେ ଗ୍ରୀଷ୍ମର ରାଜ। ଜଳୁଛି ଦିନ, କିନ୍ତୁ ତାତିରେ ଲାଗିପାରେ ବ୍ରେକ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହେବ ବଡ଼ ବର୍ଷା । ବିଶେଷ କରି ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନାଗିରି, କୋରାପୁଟ, ରାୟଗଡ଼ା ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଏଥି ସହ ଘଡଘଡି ବିଜୁଳି ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: