Kartika Month Start / ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି, ସଂକଳ୍ପ କରି ବ୍ରତ ଆରମ୍ଭ କଲେ ହବିଷ୍ୟାଳି

Key Points
ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ବି ଗହଳିରେ ଭରି ଉଠିଛି। ସବୁ ମାସ ମଧ୍ୟରେ କାର୍ତ୍ତିକ ମାସ ଶ୍ରେଷ୍ଠ ମାସ ହୋଇଥିବାରୁ ହବିଷ୍ୟାଳୀମାନେ ମାସଟେ ଧରି କାର୍ତ୍ତିକ ବ୍ରତ ପାଳନ କରନ୍ତି।
ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ବି ଗହଳିରେ ଭରି ଉଠିଛି। ସବୁ ମାସ ମଧ୍ୟରେ କାର୍ତ୍ତିକ ମାସ ଶ୍ରେଷ୍ଠ ମାସ ହୋଇଥିବାରୁ ହବିଷ୍ୟାଳୀମାନେ ମାସଟେ ଧରି କାର୍ତ୍ତିକ ବ୍ରତ ପାଳନ କରନ୍ତି। କାର୍ତ୍ତିକ ବ୍ରତ ପାଇଁ ପୁରୀରେ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଦେଖିବାକୁ ମିଳିଛି। ବ୍ରତଧାରୀ ହବିଷ୍ୟାଳୀମାନେ ମାସେ ଧରି ହବିଷ୍ୟାନ୍ନ ପାଳିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ହଜାର ହଜାର ସଂଖ୍ୟାରେ ହବିଷ୍ୟାଳୀମାନେ ଶ୍ରୀକ୍ଷେତ୍ରରେ ଭିଡ଼ ଲଗାଇଛନ୍ତି। ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ସରକାରଙ୍କ ପକ୍ଷରୁ ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ହବିଷ୍ୟାଳିଙ୍କ ପାଇଁ ପ୍ରତିଦିନ ଶ୍ରୀମନ୍ଦିର ଯାଆସ ଓ ମହାପ୍ରଭୁଙ୍କ ରାଇଦାମୋଦର ବେଶ ଦର୍ଶନ ପାଇଁ ସ୍ୱତନ୍ତ୍ର ଗାଡ଼ିର ବ୍ୟବସ୍ଥା ହୋଇଛି।
ଏଥିସହ ପଢ଼ନ୍ତୁ: କୋହଳ ହେଲା କଟକରେ କର୍ଫ୍ୟୁ କଟକଣା, ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ବନ୍ଦ
📱 Get Argus News App
✨ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରି ଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତ ଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ। ସେହିପରି ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳି ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି।
ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ହବିଷ୍ୟାଳୀ ବ୍ରତ ୨୦୨୫ ର ଶୁଭାରମ୍ଭ କରାଯିବ। ଏହି ଅବସରରେ ବରିଷ୍ଠ ମନ୍ତ୍ରୀ ମାନଙ୍କ ସହିତ ପୁରୀ ବିଧାୟକ ଓ ସାଂସଦ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ଏକ ମାସ ଧରି ଚାଲିବାକୁ ଥିବା ଏହି ବ୍ରତରେ ହବିଷ୍ୟାଳୀମାନେ ଚଉଁରା ମୂଳେ ରାଧାଦାମଦର ପୂଜା କରିବା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି। ଶ୍ରୀକ୍ଷେତ୍ର ପୁରୀରେ ଏହି ବ୍ରତ ପାଳନର ବିଶେଷ ମହତ୍ତ୍ୱ ଥିବାରୁ ହବିଷ୍ୟାଳି ମାନଙ୍କ ଭିଡ ଜମିଛି ପୁରୀରେ।
ରାଜ୍ୟ ସରକାରଙ୍କ ପକ୍ଷରୁ ଅଢେଇ ହଜାର ବ୍ରତ ଧାରିଣୀଙ୍କ ପାଇଁ ମାଗଣାରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏଥିସହ ମହାପ୍ରସାଦ ସେବନ, ସ୍ବାସ୍ଥ୍ୟ ସେବା ଓ ଶ୍ରୀଜୀଉଙ୍କ ଦର୍ଶନ ଉପରେ ମଧ୍ୟ ବିଶେଷ ଗୁରୁତ୍ବ ଦିଆଯାଇଛି। ଅନ୍ୟପଟେ ପୁରୀରେ ଥିବା ବିଭିନ୍ନ ମଠବାଡ଼ି, ଧର୍ମଶାଳାରେ ମଧ୍ୟ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଜମିଛି।
ବିଶେଷ କରି ବୃନ୍ଦାବତୀ ନିବାସ, ନରେନ୍ଦ୍ର କୋଣ, ରେଲୱେ କଲ୍ୟାଣ ମଣ୍ଡପରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବଗଳା ଧର୍ମଶାଳା ଓ ମୋଚିସାହି ମ୍ୟୁନିସିପାଲିଟି କଲ୍ୟାଣ ମଣ୍ଡପରେ ରହଣି କରିବେ ହବିଷ୍ୟାଳି । ସେହିଭଳି ହବିଷ୍ୟାଳୀଙ୍କ ରହଣି ସ୍ଥାନରେ ପୋଲିସର ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱ ଦିଆଯାଇଛି । ଶ୍ୱେତଗଙ୍ଗା, ମାର୍କଣ୍ଡେଶ୍ୱର ଓ ନରେନ୍ଦ୍ର ପୁଷ୍କରିଣୀରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ବି ହୋଇଛି।
Related Topics
Explore more stories