Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

11 ଦିନର ନିରବଚ୍ଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜିଉ 

Manini Pattanayak
Browse all articles by Manini Pattanayak
·2 years ago·1 min read
11 ଦିନର ନିରବଚ୍ଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜିଉ 

ପୁରୀ: 11 ଦିନର ନିରବଚ୍ଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜିଉ । ଗଜପତିଙ୍କୁ ଦିଆଗଲା ମହାପ୍ରଭୁଙ୍କ ସୁସ୍ଥତା ସନ୍ଦେଶ । ଅନବସର ଦ୍ବାଦଶୀରେ ଆଜି ଶ୍ରୀମନ୍ଦିରରେ ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହୋଇଛି । ବର୍ଷ ତମାମ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହୋଇଥିବା ଚନ୍ଦନ, ପାଟ ଡୋର ସହ ଅଣସର ସମୟରେ ଲାଗି ହୋଇଥିବା ଚନ୍ଦନ ଓ କରାଳକୁ ରୂପା ଥାଳିରେ ଧରି ଶ୍ରୀମନ୍ଦିରରୁ ବାହାରିଥିଲେ ଦଇତା ଓ ପତି ମହାପାତ୍ର ସେବାୟତ । ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ଶ୍ରୀନହରରେ ପହଞ୍ଚି ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ଶ୍ରୀଅଙ୍ଗ ପ୍ରସାଦ ଲାଗି ଅର୍ପଣ କରିଥିଲେ ।

ଆସନ୍ତା ୭ ତାରିଖରେ ନବଯୌବନ, ନେତ୍ରୋତ୍ସବ ପଡୁଥିବାରୁ ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ । ଘୋଷାଯାତ୍ରାକୁ ଆଉ ମାତ୍ର 3 ଦିନ ବାକି ଥିବାବେଳେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ତିନି ରଥର ନିର୍ମାଣ କାର୍ଯ୍ୟ । ରଥରେ ସଖୀ ପଟ୍ଟା ଫିଟିଙ୍ଗ କରାଯାଇଥିବା ବେଳେ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଠେକରା ବାଡ, ପାର୍ଶ୍ଵ ଦେବଦେବୀ, ଓଲଟଶୁଆ ଲାଗିବ ।‌ ତେବେ ଆଜି ତିନିରଥ ଉପରକୁ କଳସ ଉଠିବା ପରେ ଭୋଇ ସେବକଙ୍କ ଦ୍ବାରା 8 ନମ୍ବର ହରିବୋଲ ପଡିଛି । ସେପଟେ ରଥଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାମିଲ୍ ହେବାକୁ ଥିବାରୁ ଆଜି ପୁରୀ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ବରିଷ୍ଠ ପୋଲିସ ଅଧିକାରୀ ତଥା ଆଇଜି ଅନୁପ ସାହୁ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Shreejiu recovered after 11 days of uninterrupted service. | Argus News