Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ

Smruti Parija
Browse all articles by Smruti Parija
·2 years ago·1 min read
ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ

ପୁରୀ:  ତିନି ରଥରେ ଡେରା ହେଲା ଚକ-ଅଖ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ବିଧି ଅନୁଯାୟୀ ତିନି ରଥର ଛଅଟି ନାହାକ, ଚକ ସହ ତିନୋଟି ଅଖ ଡେରାଯାଇଛି । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ ଟି ନାହାକ ଚକ ଓ ତିନୋଟି ଅଖ ପ୍ରସ୍ତୁତ କରି ରଖିଛନ୍ତି । 

ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢିବା ପରେ ତିନି ବାଡର ପୂଜାପଣ୍ଡା ସେବାୟତମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ଧରି ରଥଖଳାରେ ଆସିପହଞ୍ଚିଥିଲେ । ସେଠାରେ ଭୋଇ ସେବକମାନେ ଚକ ଅଖ ଡେରା କାର୍ଯ୍ୟ ସମ୍ପନ୍ନ କରିବା ପରେ ତିନି ରଥର ମୁଖ୍ୟ ବିଶ୍ଵକର୍ମାଙ୍କୁ ପୂଜାପଣ୍ଡା ସେବାୟତମାନେ ଆଜ୍ଞାମାଳ ପ୍ରଦାନ କରିଛନ୍ତି । ଆଜ୍ଞାମାଳ ପାଇବା ପରେ ତିନି ରଥରେ ଚକ-ଅଖ ଡେରା ଯାଇଛି । 

ସେପଟେ ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ । ଶ୍ରୀକ୍ଷେତ୍ରରେ ଶ୍ରୀରାମ କୃଷ୍ଣ ଓ ମଦନମୋହନ, ଲକ୍ଷ୍ମୀ ସରସ୍ୱତୀ ସହ ପଞ୍ଚମହାଦେବ ନରେନ୍ଦ୍ର ଜଳରେ ନନ୍ଦା ଓ ଭଦ୍ରାରେ ଅଧିଷ୍ଠିତ ହୋଇ 21 ବାର ଚାପ କ୍ରୀଡା କରିବେ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
shrikhetra-bhaunri-rituals-observed-in-puri-today | Argus News