ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା

Key Points
ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
ଶ୍ରୀମନ୍ଦିର ଗଲା ସର୍ବବୃହତ ରାକ୍ଷୀ
ପାଟରା ବିଶୋୟୀ ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ରାକ୍ଷୀ
ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିର ଗଲା ସର୍ବବୃହତ ରାକ୍ଷୀ । ପାଟରା ବିଶୋୟୀ ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ରାକ୍ଷୀ ଓ ଗୁଆମାଳକୁ ଜଗନ୍ନାଥ ଓ ବଳଭଦ୍ରଙ୍କୁ ପିନ୍ଧାଇଲେ ଭଉଣୀ ସୁଭଦ୍ରା । ମଧ୍ୟାହ୍ନଧୂପ ପରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ପରେ ଦୁଇ ଭାଇଙ୍କୁ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା ।
ଆଜି ହେଉଛି ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକମାନେ ଲାଗି କରାଇଥିଲେ । ପାଟରା ବିଶୋୟୀ ସେବାୟତଙ୍କ ଘରୁ ପ୍ରସ୍ତୁତ ରାକ୍ଷୀ ଶ୍ରୀମନ୍ଦିରକୁ ବିଜେ ହେବା ସହ ଗାରଦ ଘରେ ଦାଖଲ ହୋଇଥିଲା । ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଛନ୍ତି ।
📱 Get Argus News App
✨ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବାବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେଉଛି । ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରୁଛନ୍ତି । ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିଛନ୍ତି ।