Videos
|
Odisha

ଖଲ୍ଲିକୋଟ ହିଂସା ପାଇଁ ଗଠନ ହେଲା SIT, ଗିରଫ ହେବେ ଫେରାର୍ ଅଭିଯୁକ୍ତ

Ritu Das
Browse all articles by Ritu Das
·2 years ago
ଖଲ୍ଲିକୋଟ ହିଂସା ପାଇଁ ଗଠନ ହେଲା SIT, ଗିରଫ ହେବେ ଫେରାର୍ ଅଭିଯୁକ୍ତ

ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT . ଏସଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବ ଏସ୍ଆଇଟି । ସାଇଣ୍ଟିଫିକ୍, ଫୋରେନ୍ ସିକ୍ ଓ ଡିଜିଟାଲ ତଥ୍ୟ ଆଧାରରେ ତଦନ୍ତ କରିବ । ତଦନ୍ତ କରି ୩୦ ଦିନ ମଧ୍ୟରେ ଚାର୍ଜସିଟ୍ ଦାଖଲ କରିବ ।

ଛତ୍ରପୁରରେ ଜଣେ ଏଡିଜି ରହି ଆଇନଶୃଙ୍ଖଳା ତଦାରଖ କରିବେ । ଏଡିଜି ରାଧାକୃଷ୍ଣ ଶର୍ମା ଛତ୍ରପୁରଠାରେ ରହି ଆଇନଶୃଙ୍ଖଳା ତଦାରଖ କରିବେ ବୋଲି ସୂଚନା ମିଳିଛି । ଖଲ୍ଲିକୋଟରେ ନିର୍ବାଚନୀ ହିଂସାରେ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ଅଭିଯୋଗକୁ ୩୬ ଘଣ୍ଟା ବିତିଥିଲେ ମଧ୍ୟ ଏବେବି ସ୍ଥିତି ଉତ୍ତେଜନାମୂଳକ ରହିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
SIT formed for Khalikote | Argus News