|
logo
Live
Argus News App
GET APP

Argus News - ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

Odisha

ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

Smruti Parija
Browse all articles by Smruti Parija
·2 years ago·1 min read
ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ଭୁବନେଶ୍ୱର:  ବିଜେପିରେ ଯୋଗଦେଲେ ସିନେ ଷ୍ଟାର ତଥା ପୂର୍ବତନ ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଜେପିରେ ଯୋଗ ଦେଇଛନ୍ତି ସିଦ୍ଧାନ୍ତ । ସିଦ୍ଧାନ୍ତ ମହାପାତ୍ର  ବ୍ରହ୍ମପୁରରୁ ୨ ଥର ସାଂସଦ ହୋଇଛନ୍ତି । 

୨୦୦୯ ଓ ୨୦୧୪ ସାଧାରଣ ନିର୍ବାଚନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଚନ୍ଦ୍ରଶେଖର ସାହୁଙ୍କୁ ପରାସ୍ତ କରିଥିଲେ ସିଦ୍ଧାନ୍ତ । ତେବେ ୨୦୧୯ ନିର୍ବାଚନରେ ବିଜେଡି ସିଦ୍ଧାନ୍ତ ମହାପାତ୍ରଙ୍କୁ ଟିକେଟ୍ ଦେଇନଥିଲା । ତେବେ ଆଜି ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସିଦ୍ଧାନ୍ତ ପଦ୍ମ ଧରିଛନ୍ତି ।

ସେହିପରି ଭର୍ତ୍ତୃହରି ମହାତବ ବିଜେପିରେ ଯୋଗ ଦେଇଛନ୍ତି । ଭର୍ତ୍ତୃହରି ମହତାବ 6 ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । 1998,1999,2004,2009,2014,2019 ରେ କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଛନ୍ତି । 2017ରେ ସେ ଆଉଟଷ୍ଟାଣ୍ଡିଂ ପାର୍ଲାମେଣ୍ଟାରିଆନ୍ ଆୱାର୍ଡ ପାଇଥିବାବେଳେ 2017,2018,2019,2020ରେ ସଂସଦ ରତ୍ନ ଆୱାର୍ଡରେ ସମ୍ମାନିତ ହୋଇଥିଲେ । ଗତ 22 ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ଭର୍ତ୍ତୃହରି ମହତାବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେହିପରି ବିଜେପିରେ ମିଶିଛନ୍ତି ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା । ମୟୂରଭଞ୍ଜ ଜିଲ୍ଲାର ଆଦିବାସୀ ଚେହେରା ହେଉଛନ୍ତି ଦମୟନ୍ତୀ ।  ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ ।  

ଆହୁରି ପଢନ୍ତୁ ଓଡିଶା ଖବର...
 

Sponsored
ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ | Argus News