Videos
|
Odisha

ଗତକାଲି ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

Ritu Das
Browse all articles by Ritu Das
·2 years ago
ଗତକାଲି ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଅର୍ଗସ ବ୍ୟୁରୋ: ଖୁବ୍‌ଶୀଘ୍ର ତାତିରୁ ମିଳିବ ତ୍ରାହି। ଗତକାଲି ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ଆସିଛି ମୌସୁମୀ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି। 

ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। କିଛିଦିନ ମଧ୍ୟରେ ସାରା ଓଡ଼ିଶାକୁ ଏହା ଛୁଇଁବ । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
South West Monsoo | Argus News