Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି, ପ୍ରବଳ ବର୍ଷିବ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି, ପ୍ରବଳ ବର୍ଷିବ

Key Points

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି

ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି । ଏଥର ମୌସୁମୀ ଶୀଘ୍ର କେରଳ ଛୁଇଁଥିବାରୁ ଆସନ୍ତା ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ମଧ୍ୟରେ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ।


ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ପବନ ହେବାକୁ ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ । ଏଥିସହ ଆସନ୍ତା ୫ ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଉଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
southwest-monsoon-hits-kerala-heavy-rains-forecast | Argus News