Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନିମନ୍ତେ କରାଯିବ ସ୍ବତନ୍ତ୍ର ବ୍ୟବସ୍ଥା

Swayangprajna Mishra
Browse all articles by Swayangprajna Mishra
·2 years ago
ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନିମନ୍ତେ କରାଯିବ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ : ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନେଇ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ। ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ କରାଯିବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା। ଶ୍ରୀମନ୍ଦିର ରୀତି ନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗ ଦର୍ଶନ  ସ୍ୱତନ୍ତ୍ର ଏସଓପି ଦ୍ୱାରା କରାଜିବାକୁ ରହିଛି ଲକ୍ଷ। ପ୍ରତିଦିନ ସ୍ୱତନ୍ତ୍ର ସମୟରେ ସ୍ୱତନ୍ତ୍ର ଭାବେ ଏହି ଦର୍ଶନ ବ୍ୟବସ୍ଥା କରାଯିବ।

ଅଧିକ ପଢନ୍ତୁ : ଆଗାମୀ ରଥଯାତ୍ରାରୁ ଖୋଲିପାରେ ଶ୍ରୀଗୁଣ୍ଡିଚା ମନ୍ଦିର

ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗ ମାନଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ। ପରିକ୍ରମା ପ୍ରକଳ୍ପରେ ଉତ୍ତର ଦ୍ୱାର ଠାରେ ଦିବ୍ୟାଙ୍ଗଙ୍କ ପାଇଁ କରାଯାଇଛି ସ୍ୱତନ୍ତ୍ର ବିଶ୍ରାମ ଗୃହ। ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନ ର ଦାବି ପରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Special arrangements will be made for darshan of Dibang devotees in the temple | Argus News