Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି

Ritu Das
Browse all articles by Ritu Das
·1 year ago·1 min read
ଆଜି ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି

ଅର୍ଗସ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ମଧ୍ୟାହ୍ନଧୂପ ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବା ପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ଚଉଦୋଳରେ ଚାରି ଆଶ୍ରମକୁ ବିଜେ କରିବେ। ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି ସରିବା ପରେ ପଶ୍ଚିମଦ୍ବାର ଦେଇ ପୁନର୍ବାର ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ସେପଟେ ଆଜି ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ । 

ଶ୍ରୀମନ୍ଦିରର ପରମ୍ପରାରେ ଏହା ଦ୍ୟୁତକ୍ରୀଡା ନାମରେ ଅଭିହିତ । ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତି କ୍ରୀଡାରେ ମା ମହାଲକ୍ଷ୍ମୀଙ୍କ ଠାରୁ ଜଗନ୍ନାଥ ମହାପ୍ରଭୁ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ। ଅଷ୍ଟମୀ ଦିନ ଅବକାଶ ପୂଜା ସମୟରେ ପୁନଃ ମାଧବ ସିଂହାସନରେ ବିଜେ କରିବେ। ମହାପ୍ରଭୁଙ୍କ ତରଫରୁ ପ୍ରତିନିଧି ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର ୨୧ଟି ହିଙ୍ଗୁଳ କଉଡ଼ି, ୨୧ଟି ରୂପା କଉଡି, ପଶା ଶକଟା ଖେଳମାନ ଖେଳିଥାନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Special Nitikanti | Argus News