Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନଙ୍କ ନିର୍ଦ୍ଦେଶ

Ritu Das
Browse all articles by Ritu Das
·1 year ago
ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନଙ୍କ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ: ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ୧୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ କମିସନର। ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଳ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ତଳିଆ ଅଞ୍ଚଳ ଉପରେ ନଜର ରଖିବା ସହ ଏନେଇ ରିପୋର୍ଟ ଦେବାକୁ କୁହାଯାଇଛି । ହୀରାକୁଦର ଆଉ ୬ଟି ଗେଟ୍‌ ଖୋଲିବା ପରେ ଫୁଲୁଛି ମହାନଦୀ।

ଶାଖା ନଦୀ ମାନଙ୍କରେ ମଧ୍ୟ ଜଳସ୍ତର ବଢ଼ିବାରେ ଲାଗିଛି । ସକାଳ ୮ଟା ସୁଦ୍ଧା ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ହୀରାକୁଦରେ ଅଧିକ ଗେଟ ଖୋଲଯାଇଥିବାରୁ ଆଗକୁ ଜଳସ୍ତର ବଢ଼ିବା ନେଇ ଆଶଙ୍କା ରହିଛି । ତେଣୁ ତଳିଆ ଅଞ୍ଚଳରେ ପାଣି ମାଡ଼ିବାର ଆଶଙ୍କା ଦେଖାଦେଇଛି । ଏଥିପାଇଁ ଜିଲ୍ଲାପାଳ ମାନଙ୍କୁ ସତର୍କ କରାଇଛନ୍ତି ଏସଆରସି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Special Relief Commission | Argus News