Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡିଶାରୁ ଓ ଓଡିଶା ମଧ୍ୟ ଦେଇ ମହାକୁମ୍ଭ ମେଳାକୁ ସ୍ୱତନ୍ତ୍ର ଟ୍ରେନ୍

Smruti Parija
Browse all articles by Smruti Parija
·1 year ago·3 min read
ଓଡିଶାରୁ ଓ ଓଡିଶା ମଧ୍ୟ ଦେଇ ମହାକୁମ୍ଭ ମେଳାକୁ ସ୍ୱତନ୍ତ୍ର ଟ୍ରେନ୍

Key Points

ଆରମ୍ଭ ହୋଇଯାଇଛି ମହାକୁମ୍ଭ ମେଳା । ସାଧୁ ସନ୍ଥଙ୍କ ମେଳରେ ପବିତ୍ର ପୌଷ ବୁଡ଼ ପକାଇବେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ବିଶ୍ୱର ସର୍ବବୃହତ୍ତ ଧାର୍ମିକ ସମାବେଶ ମହାକୁମ୍ଭକୁ ନେଇ କେନ୍ଦ୍ର ସରକାରଙ୍କ ସହ ୟୁପି ସରକାର କରିଛନ୍ତି ମହାଆୟୋଜନ ।

ଭୁବନେଶ୍ୱର: ଆରମ୍ଭ ହୋଇଯାଇଛି ମହାକୁମ୍ଭ ମେଳା । ସାଧୁ ସନ୍ଥଙ୍କ ମେଳରେ ପବିତ୍ର ପୌଷ ବୁଡ଼ ପକାଇବେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ବିଶ୍ୱର ସର୍ବବୃହତ୍ତ ଧାର୍ମିକ ସମାବେଶ ମହାକୁମ୍ଭକୁ ନେଇ କେନ୍ଦ୍ର ସରକାରଙ୍କ ସହ ୟୁପି ସରକାର କରିଛନ୍ତି ମହାଆୟୋଜନ । ୧୨ ବର୍ଷ ପରେ ପ୍ରୟାଗରାଜରେ ଆୟୋଜିତ କୁମ୍ଭମେଳାରେ ଯୋଗଦେବାକୁ ଦେଶ ଓ ବିଦେଶରୁ ଶ୍ରଦ୍ଧାଳୁଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି । ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା 2025 ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଛି । ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ ଯାତ୍ରା କରିବ । ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ଏହି ଓଡ଼ିଶାର ବିଭିନ୍ନ ପ୍ରମୁଖ ସହରରୁ ପବିତ୍ର ସହର ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ ।



ନିମ୍ନଲିଖିତ ଭାବେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ:


1. ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା କଟକ, ଯଖପୁରା (ଯାଜପୁର), କେନ୍ଦୁଝରଗଡ, ନୟାଗଡ଼ (ଯୋଡ଼ା ଅଞ୍ଚକ)-ବୋକାରୋ-ଗୟା-ପ୍ରୟାଗରାଜ । ଏହି ଟ୍ରେନ୍ 2025 ଜାନୁୟାରୀ ମାସ 1, 8, 22 ତାରିଖ ଓ ଫେବୃୟାରୀ ମାସ 5, 19, 26 ତାରିଖ ଦିନ ବୁଧବାର ଦିନମାନଙ୍କରେ ଭୁବନେଶ୍ୱର ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି କେନ୍ଦୁଝରଗଡ-ବୋକାରୋ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।


2. ପୁରୀ-ତୁଣ୍ଡଲା-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଭାୟା ଖୋର୍ଦ୍ଧା ରୋଡ଼ -ଭୁବନେଶ୍ୱର-କଟକ -ଯାଜପୁର କେନ୍ଦୁଝର ରୋଡ଼ -ଭଦ୍ରକ-ବାଲେଶ୍ୱର -ଗୟା-ପ୍ରୟାଗରାଜ । ଏହି ଟ୍ରେନ୍ 2025 ଜାନୁୟାରୀ ମାସ 6 ଓ 20 ତାରିଖ ଓ ଫେବୃୟାରୀ ମାସ 17 ତାରିଖ ଦିନ ସୋମବାର ଦିନମାନଙ୍କରେ ପୁରୀ ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି ଭୁବନେଶ୍ୱର-ଭଦ୍ରକ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।


3. ଟିଟିଲାଗଡ-ତୁଣ୍ଡଲା-ଟିଟିଲାଗଡ଼ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବଲାଙ୍ଗୀର - ବରଗଡ଼ - ସମ୍ବଲପୁର-ଝାରସୁଗୁଡା-ରାଉରକେଲା (ସୁନ୍ଦରଗଡ଼ ଜିଲ୍ଲା )-ଡ଼ିଡ଼ିୟୁ-ପ୍ରୟାଗରାଜ । ଏହି ଟ୍ରେନ୍ 2025 ଜାନୁୟାରୀ ମାସ 9, 16, 23 ତାରିଖ ଓ ଫେବୃୟାରୀ ମାସ 6, 20, 27 ତାରିଖ ଦିନ ଗୁରୁବାର ଦିନମାନଙ୍କରେ ଟିଟିଲାଗଡ଼ ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି ବଲାଙ୍ଗୀର, ବରଗଡ଼ ରୋଡ, ସମ୍ବଲପୁର-ଝାରସୁଗୁଡା-ରାଉରକେଲା, ଡ଼ିଡ଼ିୟୁ-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।


4. ବିଶାଖାପାଟନମ୍-ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ (ଡ଼ିଡ଼ିୟୁ)-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ । ଏହି ଟ୍ରେନ୍ 2025 ଜାନୁୟାରୀ ମାସ 9, 16, 23 ତାରିଖ ଓ ଫେବୃୟାରୀ ମାସ 6, 20, 27 ତାରିଖ ଦିନ ଗୁରୁବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ଅପରାହ୍ନ 05ଘ.35ମି.ରେ ଛାଡି ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ । ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ଯାହାକି ଦକ୍ଷିଣ ଓଡିଶା ଅଞ୍ଚଳକୁ ସୁବିଧା ପ୍ରଦାନ କରିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


5. ବିଶାଖାପାଟନମ୍-ଗୋରଖପୁର-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବ୍ରହ୍ମପୁର/ଗଞ୍ଜାମ ଜିଲ୍ଲା, ଖୋର୍ଦ୍ଧା ରୋଡ଼,-ଭୁବନେଶ୍ୱର-ନରାଜ ମାର୍ଥାପୁର (କଟକ ଅଞ୍ଚଳ)-ଢେଙ୍କାନାଳ -ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା । ଏହି ଟ୍ରେନ୍ 2025 ଜାନୁୟାରୀ ମାସ 5 ଓ 19 ତାରିଖ ଏବଂ ଫେବୃୟାରୀ ମାସ 16 ତାରିଖ ଦିନ ରବିବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ରାତ୍ରି 10ଘ.20ମି.ରେ ଛାଡି ଭୁବନେଶ୍ୱର-ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ । ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ।


6. ତିରୁପତି -ବନାରସ-ତିରୁପତି ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା ।


7. ନରସପୁର - ବନାରସ -ନରସପୁର ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା ।


ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ବିଶ୍ୱର ସର୍ବବୃହତ ଧାର୍ମିକ ସମାବେଶ ମହାକୁମ୍ଭ ମେଳାକୁ ଯାତ୍ରା କରୁଥିବା ହଜାର ହଜାର ଭକ୍ତଙ୍କୁ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ବିଶେଷ ଭାବେ ଚଳାଚଳ କରୁଅଛି । ରେଳ ଦ୍ୱାରା ଯଥେଷ୍ଟ ଗମନାଗମନ ସଂଯୋଗ ଏବଂ ସୁବିଧାଜନକ କାର୍ଯ୍ୟସୂଚୀ ସହିତ ସମସ୍ତ ଯାତ୍ରୀଙ୍କ ପାଇଁ ଏକ ନିରାପଦ, ସୁଗମ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ପ୍ରତିବଦ୍ଧ ଅଟେ ।


ଟ୍ରେନ୍ କାର୍ଯ୍ୟସୂଚୀ, ବୁକିଂ ଏବଂ ଅନ୍ୟାନ୍ୟ ଭ୍ରମଣ ସମ୍ବନ୍ଧୀୟ ସୂଚନା ଗୁଡିକ ସମ୍ବନ୍ଧରେ ଅଧିକ ବିବରଣୀ ପାଇଁ ଯାତ୍ରୀମାନଙ୍କୁ ରେଳବାଇ ୱେବସାଇଟ୍ ପରିଦର୍ଶନ କରିବାକୁ କିମ୍ବା ଷ୍ଟେସନ ମାନଙ୍କ ଠାରେ ଉପଲବ୍ଧ ଇନକ୍ୱାରୀ କାଉଣ୍ଟର ସହିତ ଯୋଗାଯୋଗ କରିବାକୁ କୁହାଯାଇଅଛି ।


ଓଡିଶାରୁ ଓ ଓଡିଶା ମଧ୍ୟଦେଇ ଚଳାଚଳ କରୁଥିବା କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଗୁଡିକ ଓଡ଼ିଶାର ସମସ୍ତ ରେଳମାର୍ଗ ସହିତ ଯୋଡ଼ାଯାଇଅଛି ଯେପରିକି ସମସ୍ତ ଜିଲ୍ଲା ମାନଙ୍କରୁ ପ୍ରୟାଗ କୁମ୍ଭମେଳା ଯିବାପାଇଁ ଯାତ୍ରା ସୁବିଧା ଯୋଗାଇ ପାରିବ l

Sponsored
special-train-for-mahakumbh-mela-2025-from-odisha | Argus News