୮୯ବର୍ଷ ବୟସରେ ଆଖିବୁଜିଲେ ପ୍ରଭାତି ପରିଡାଙ୍କ ମା'

Key Points
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାତୃ ଲୋଭାବତୀ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି ।
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାତୃ ଲୋଭାବତୀ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା । ସ୍ୱର୍ଗତ ପରିଡା ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସ୍ୱର୍ଗତ ଲୋଭାବତୀ ପରିଡାଙ୍କ ଦିବଂଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ସାମଲ ପ୍ରାର୍ଥନା କରିଛନ୍ତି ।
📱 Get Argus News App
✨ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ଏକ ଶୋକବାର୍ତ୍ତାରେ କହିଛନ୍ତି, "ଜୀବନରେ ମାଆଙ୍କ ସ୍ଥାନ ସର୍ବଦା ସ୍ୱତନ୍ତ୍ର ଓ ଅତୁଳନୀୟ । ମାଆଙ୍କ ସ୍ଥାନ କେହି କେବେ ନେଇପାରିବେ ନାହିଁ । ମୋର ବନ୍ଧୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ତାଙ୍କ ମାଆ ଲୋଭାବତୀଙ୍କୁ ହରାଇଥିବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଏଭଳି ଦୁଃଖଦ ପରିସ୍ଥିତିକୁ ଧୈର୍ଯ୍ୟର ସହ ସାମନା କରିବାକୁ ପ୍ରଭୁ ଜଗନ୍ନାଥ ତାଙ୍କୁ ଓ ତାଙ୍କ ପରିବାରକୁ ଅସୀମ ଶକ୍ତି ପ୍ରଦାନ କରନ୍ତୁ । ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।