Videos
|
Odisha

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ସାମ୍ବାଦିକ ସମ୍ମିଳନୀ

Jitendra Dash
Browse all articles by Jitendra Dash
·2 years ago·2 min read
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ସାମ୍ବାଦିକ ସମ୍ମିଳନୀ

ଅର୍ଗସ ବ୍ୟୁରୋ : ଆସନ୍ତା ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ । ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧ ଲକ୍ଷ ୮୯ ହଜାର ମହିଳା, ୧ ଲକ୍ଷ ୭୫ ହଜାର ଯୁବ ଭୋଟର ଓ ୧୪ ଲକ୍ଷ ୬୮ ହଜାର ୨୦ ବର୍ଷରୁ ୨୯ ବର୍ଷ ଉର୍ଦ୍ଧ୍ବ ଭୋଟର ରହିଛନ୍ତି । ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ କରିବେ । ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି । 

ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ଓ ତତସଂଲଗ୍ନ ବିଧାନସଭାରେ ହେବ ମତଦାନ । ଲୋକସଭା କ୍ଷେତ୍ରରେ କୋରାପୁଟରେ ସର୍ବନିମ୍ନ ଭୋଟର ଥିବାବେଳେ କଳାହାଣ୍ଡିରେ ସର୍ବାଧିକ ଭୋଟର ରହିଛନ୍ତି । ବିଧାନସଭା କ୍ଷେତ୍ରରେ ଲକ୍ଷ୍ମୀପୁର କମ ଭୋଟର ଥିବା ବେଳେ ଧର୍ମଗଡ଼ରେ ଅଧିକ ଭୋଟର ରହିଛନ୍ତି । ୧୨୯୪ ଶତାୟୁ ଭୋଟର, ୬୨୯୬ ସର୍ଭିସ ଭୋଟର, ୭୧୫ ବୁଥ ମହିଳାଙ୍କ ଦ୍ବାରା ପରିଚାଳିତ ବୁଥ । ଆଦର୍ଶ ବୁଥ ୧୨୭୬ ରହିଛି । ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ ୨୪୩ ପ୍ରାର୍ଥୀ ରହିଛନ୍ତି । ୬୦ ପ୍ରତିଶତ ବୁଥରେ ଲାଇଭ୍ ଷ୍ଟ୍ରିମ୍ ହେବ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ବ୍ରହ୍ମପୁର ଆସନ ପାଇଁ ଦୁଇଟି ବାଲାଟ ବ୍ୟବହାର ହେବ । ୧୨ ସହ ପୋଲିଂ ଷ୍ଟେସନରେ ୪ଟା ପର୍ଯ୍ୟନ୍ତ ଭୋଟିଂ । ୩ ହଜାର ୫୨୨ ପୋଲିଂ ଷ୍ଟେସନରେ ୫ଟା ପର୍ଯ୍ୟନ୍ତ ଓ ୨୫୭୫ ବୁଥରେ 6ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ । ୭୩୬୩ ପୋଲିଂ ଭିତରୁ ୧୨୬୪ ବୁଥ କ୍ରିଟିକାଲ ଷ୍ଟେସନ । ୫୨ ହଜାର ୫୦୦ ପୋଲିଂ କର୍ମଚାରୀ ନିଯୁକ୍ତ । ବର୍ତ୍ତମାନ ୯ ତାରିଖ ସୁଦ୍ଧା ୩୬ ଶହ ୩୬ ଜଣ ଘରେ ଭୋଟ ଦେଇସାରିଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
State Chief Electoral Officer press meet | Argus News Odia