ଅପାରଗ ଅଧିକାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର, ଆସନ୍ତା ୭ ସୁଦ୍ଧା ତଥ୍ୟ ଦେବାକୁ ନିର୍ଦ୍ଦେଶ

Key Points
କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି
ତାର ତଥ୍ୟ ମାଗିଲେ ରାଜ୍ୟ ସରକାର
ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିକି ସମୀକ୍ଷା କରାଯିବ
୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି
କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାର ତଥ୍ୟ ମାଗିଲେ ରାଜ୍ୟ ସରକାର । ଏ ନେଇ ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଦପ୍ତରରୁ କରାଯାଇଛି ଚିଠି। ୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଦପ୍ତର ପକ୍ଷରୁ ଲେଖାଯାଇଛି ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିକି ସମୀକ୍ଷା କରାଯିବ।
ଯେଉଁମାନେ ସରକାରଙ୍କ ନିୟମ ଅନୁଯାୟୀ କାର୍ଯ୍ୟ ସମ୍ପାଦନା କରୁନାହାନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ । ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ର ସର୍କୁଲାର ଅନୁଯାୟୀ, ସମ୍ପୃକ୍ତ ଅପାରଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ।