Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

War Update: ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

Rashmita Mishra
Browse all articles by Rashmita Mishra
·1 year ago·2 min read
War Update: ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସବୁ ଜିଲ୍ଲାପାଳ ଓ RDCଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର। ଦେଶର ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ କରାଗଲା । ସବୁ ଜିଲ୍ଲାପାଳଙ୍କ ଛୁଟିକୁ ରଦ୍ଦ କଲେ ସରକାର । ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

ସେପଟେ ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିରେ ଥିଲେ ତୁରନ୍ତ ଆସି କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶନାମା ଜାରି କରାଯାଇଛି।
ଟ୍ରେନିଂରେ ଥିଲେ ବି ଯୋଗଦେବାକୁ ନିର୍ଦ୍ଦେଶ ରହିଛି। ଏନେଇ ଓଡ଼ିଶା ପୋଲିସ ଡିଜିଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। କୌଣସି IPS ଅଫିସରଙ୍କୁ ଛୁଟି ଦିଅନାହିଁ ବୋଲି ଗୃହ ବିଭାଗ ପକ୍ଷରୁ କୁହାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ସେହିପରି ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
state-government-cancels-leave-of-all-district-collectors-and-rdcs | Argus News