Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଟାସ୍କ ଫୋର୍ସରେ ଏକାଧିକ ମନ୍ତ୍ରୀ, ସାଂସଦ ଓ ବିଧାୟକ

Smruti Parija
Browse all articles by Smruti Parija
·1 year ago·1 min read
ଟାସ୍କ ଫୋର୍ସରେ ଏକାଧିକ ମନ୍ତ୍ରୀ, ସାଂସଦ ଓ ବିଧାୟକ

ଭୁବନେଶ୍ୱର: ଦକ୍ଷିଣ ଓଡିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ Task Force ଗଠନ କରିଛନ୍ତି । ଗତକାଲି ଗୃହରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି Task Force ଗଠନ କରାଯାଇଛି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଏହି ପରିଷଦ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି Task Force ଗଠନ କରାଯାଇଛି । ଗଠନ ହେବାର ୩୦ ଦିନ ମଧ୍ୟରେ ଏହି Task Force ରିପୋର୍ଟ ଦାଖଲ କରିବ । 

ଏହି Task Force ର ସଦସ୍ୟମାନେ ହେଲେ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ପାରଳାଖେମୁଣ୍ଡି ବିଧାୟକ ରୁପେଶ କୁମାର ପାଣିଗ୍ରାହୀ,ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ । ଏହା ସହିତ ୩ ଜଣ Ex-Officio ମେମ୍ବର ମଧ୍ୟ ରହିଛନ୍ତି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
state government has formed a Task Force to form the South Odisha Development Council | Argus News