ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବଳିଷ୍ଠ ପଦକ୍ଷେପ। ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। pic.twitter.com/XWnH4jyVHV
— CMO Odisha (@CMO_Odisha) February 4, 2025
ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି । ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା । ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି । ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କା ଓ ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା ରିସ୍କ ଭତ୍ତା ।
📱 Get Argus News App
✨ଅଗ୍ନିଶମ କର୍ମଚାରୀଙ୍କ ଘରଭଡ଼ା ସହ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରାଯାଇଛି ।