Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବ୍ୟାପକ ପଦକ୍ଷେପ

Odisha

ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବ୍ୟାପକ ପଦକ୍ଷେପ

Rashmita Mishra
Browse all articles by Rashmita Mishra
·1 year ago·2 min read
ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବ୍ୟାପକ ପଦକ୍ଷେପ

ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବ୍ୟାପକ ପଦକ୍ଷେପ। ଚାଷୀମାନଙ୍କୁ ଆଗୁଆ କରାଯାଉଛି ସଚେତନ, ପାଣିପାଗ ସମ୍ପର୍କରେ ଦିଆଯାଉଛି ସୂଚନା। ମଣ୍ଡିରେ ଗଚ୍ଛିତ ଧାନ ଘୋଡ଼େଇବା ପାଇଁ ପଲିଥିନ୍‌ ଯୋଗାଇଦେବାକୁ ପରାମର୍ଶ। ଅଗ୍ରାଧିକାର ଭିତ୍ତିରେ ଧାନ ଉଠାଣ ପାଇଁ ମିଲରଙ୍କୁ ନିର୍ଦ୍ଦେଶ।


ସେପଟେ ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଖରିଫ ଧାନସଂଗ୍ରହ ପ୍ରକ୍ରିୟା ଜାରି ରହିଥିବାବେଳେ ଅଦିନିଆ ବର୍ଷା ବିଭିନ୍ନ ଜିଲ୍ଲାମାନଙ୍କରେ ମଧ୍ୟ ଜାରି ରହିଛି । ଏହି ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ଧାନକିଣା ପ୍ରକ୍ରିୟାକୁ ଚାଲୁ ରଖିବା ସହିତ ଅମଳ ଧାନର ସୁରକ୍ଷା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକୀୟ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଚାଷୀମାନଙ୍କୁ ଆଗୁଆ ସଚେତନ କରାଯିବା ସହ ପାଣିପାଗ ସଂପର୍କରେ ସୂଚନା ଦିଆଯାଇଛି । ଏଥି ନିମନ୍ତେ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ଅଧିକାରୀ ଏ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି । ମଣ୍ଡିରେ ଗଚ୍ଛିତ ଥିବା ଧାନଗୁଡ଼ିକୁ ଘୋଡେଇ ରଖିବା ନିମନ୍ତେ ଆବଶ୍ୟକ ପଲିଥିନ୍‌ ଯୋଗାଇଦେବା ପାଇଁ ପରାମର୍ଶ ଦିଆଯାଇଛି । ଏଥି ସହ ଅଗ୍ରାଧିକାର ଭିତ୍ତିରେ ଧାନ ଉଠାଣ ପାଇଁ ମିଲରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଧାନଗୁଡ଼ିକର ସଂରକ୍ଷଣ ଏବଂ ବର୍ଷାରୁ ସୁରକ୍ଷିତ ରଖିବା ପାଇଁ ବିଭିନ୍ନ ପର୍ଯ୍ୟାୟରେ ଅଧିକାରୀମାନଙ୍କ ପକ୍ଷରୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଉଛି ।


ଧାନ ରଖା ଯାଇଥିବା ସ୍ଥାନର ଚାରି ପାଖରେ ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା ଓ ଉପଯୁକ୍ତ ସୁରକ୍ଷା ଥିବା ଗାଡି ମାଧ୍ୟମରେ ଧାନ ପରିବହନ କରିବାକୁ ମଧ୍ୟ୍ୟ ଆବଶ୍ୟକୀୟ ନିର୍ଦ୍ଦେଶ ଜାରି କରାଯାଇଛି । ଏଥିସହ ଦରକାର ପଡିଲେ ତ୍ୱରିତ ପଦକ୍ଷେପ ନେବା ପାଇଁ ଅଧିକାରୀ ମାନଙ୍କୁ ନିଯୁକ୍ତି କରାଯାଇଛି । ଏତଦବ୍ୟତୀତ ପାଣିପାଗ ଉପରେ ନଜର ରଖାଯାଇ ବିହିତ ପଦକ୍ଷେପ ଗ୍ରହଣ କରାଯାଉଛି । ରାଜ୍ୟରେ ଅଦିନିଆ ବର୍ଷା ନେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ସଂପୃକ୍ତ ବିଭାଗଗୁଡ଼ିକୁ ସୂଚନା ଦିଆଯିବା ପରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ ଏବଂ ସମ୍ପୃକ୍ତ ଅଧିକାରୀମାନଙ୍କୁ ଏ ସଂପର୍କରେ ଅବଗତ କରାଯାଇଛି ।

Sponsored
State government takes massive steps to protect crops from unseasonal rains | Argus News