Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଭୀଷଣ ଅବପାତ ରୁପ ନେଇ ସ୍ଥଳ ଭାଗ ଆଡକୁ ମାଡ଼ି ଆସୁଛି ବାତ୍ୟା `ଦାନା'

Odisha

ଭୀଷଣ ଅବପାତ ରୁପ ନେଇ ସ୍ଥଳ ଭାଗ ଆଡକୁ ମାଡ଼ି ଆସୁଛି ବାତ୍ୟା `ଦାନା'

Ritu Das
Browse all articles by Ritu Das
·1 year ago·1 min read
ଭୀଷଣ ଅବପାତ ରୁପ ନେଇ ସ୍ଥଳ ଭାଗ ଆଡକୁ ମାଡ଼ି ଆସୁଛି ବାତ୍ୟା `ଦାନା'

ଅର୍ଗସ ବ୍ୟୁରୋ: ଭୀଷଣ ଅବପାତ ରୁପ ନେଇ ସ୍ଥଳ ଭାଗ ଆଡକୁ ମାଡି ଆସୁଛି ବାତ୍ୟା ଦାନା। ଏହାର ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ୧୧୦ ରୁ ୧୨୦ କିଲୋମିଟର ବେଗରେ ପବନ ବହିବାର ଆକଳନ କରିଛି ପାଣିପାଗ ବିଭାଗ। କ୍ଷୟକ୍ଷତିର ଆକଳନ କରି ଏହି ବାତ୍ୟାର ମୁକାବିଲା ପାଇଁ ସରକାର ଏବଂ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। 

ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ ଏହି ବାତ୍ୟା ଦ୍ବାରା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତ ରହିବାକୁ ବାଲିଆପାଳ ବ୍ଲକର ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। 

ବସ୍ତା ବିଧାୟିକା ସୁବାସୀନୀ ଜେନାଙ୍କ ସମେତ ବିଡ଼ିଓ, ତହସିଲଦାର ଏବଂ ସମସ୍ତ ବିଭାଗର ଅଧିକାରୀ, ସମସ୍ତ ନିର୍ବାଚିତ ପ୍ରତିନିଧିମାନେ ଉପସ୍ଥିତ ଥିଲେ, ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଥିବା ବେଳେ ପ୍ରଭାବିତ ହେବାକୁ ଥିବା ଲୋକଙ୍କ ପାଇଁ ୯୦ ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ କରାଯାଇ ଆବଶ୍ୟକ ସୁବିଧା ଏବଂ ଖାଦ୍ୟର ବ୍ୟବସ୍ଥା କରାଯାଇଛି। ୨୦ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତରିତ କରିବାର ବ୍ୟବସ୍ଥା କରାଯାଇଥିବା ପ୍ରଶାସନ କୁହାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Sponsored
Storm | Argus News