Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଗାଡ଼ି ଚଲାଇବା ସମୟରେ ରିଲ୍ସ କଲେ କଠୋର କାର୍ଯ୍ୟାନୁଷ୍ଠାନ

Rashmita Mishra
Browse all articles by Rashmita Mishra
·10 months ago·2 min read
ଗାଡ଼ି ଚଲାଇବା ସମୟରେ ରିଲ୍ସ କଲେ କଠୋର କାର୍ଯ୍ୟାନୁଷ୍ଠାନ

Key Points

ଗାଡ଼ି ଚଲାଇବା ସମୟରେ ରିଲ୍ ତିଆରି କରିବା ଉପରେ ନଜର।

ତେବେ ଆପଣ ବି ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି ?

ତେବେ ହୋଇଯାଆନ୍ତୁ ସାବଧାନ ।

ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆରଟିଓମାନଙ୍କୁ ନିର୍ଦ୍ଦେଶ; ଗାଡ଼ି ଚଲାଇବା ସମୟରେ ରିଲ୍ ତିଆରି କରିବା ଉପରେ ନଜର। ତେବେ ଆପଣ ବି ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି ? ହୋଇଯାଆନ୍ତୁ ସାବଧାନ । କାରଣ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଓଡ଼ିଶାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ରାସ୍ତା ସୁରକ୍ଷା ଉଲ୍ଲଙ୍ଘନକାରୀ, ବିଶେଷକରି ଗାଡ଼ି ଚାଳନା ବେଳେ ରିଲ୍‌ କିମ୍ବା ଭିଡିଓ ପ୍ରସ୍ତୁତକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ପରେ ଜାରି ହୋଇଛି ।

ଖୋର୍ଦ୍ଧା ଅତିରିକ୍ତ ଆରଟିଓ, ଜଗତସିଂହପୁର ଓ ଭୁବନେଶ୍ୱର । ଆରଟିଓ ଏବଂ ପୋଲିସ ସହଯୋଗରେ ଖୋର୍ଦ୍ଧାର ହଳଦିଆରେ ଏକ ସ୍କୁଲ ସାମ୍ନାରେ ରିଲ୍‌ ତିଆରି କରୁଥିବା ଏକ ଗାଡ଼ି ଜବତ କରିଛନ୍ତି । ଭାଇରାଲ ଭିଡିଓରେ ଡ୍ରାଇଭର ଷ୍ଟିୟରିଂ ନ ଧରି ଷ୍ଟଣ୍ଟ କରୁଥିବା ଦେଖାଯାଇଥିଲା । ଡ୍ରାଇଭରଙ୍କୁ ଜୋରିମାନା କରାଯାଇ ତାଙ୍କ ଲାଇସେନ୍ସ ସସ୍ପେଣ୍ଡ ଓ ଗାଡ଼ିର ରେଜିଷ୍ଟ୍ରେସନ ବାତିଲ ପାଇଁ ପଦକ୍ଷେପ ନିଆଯାଇଛି ।

କିଛି ଦିନ ତଳେ ଭୁବନେଶ୍ୱରରେ ଏକ ବାଇକରେ ଯୁବକ-ଯୁବତୀଙ୍କ ବିପଦପୂର୍ଣ୍ଣ ଗାଡ଼ି ଚାଳନାର ଭିଡିଓ ଭାଇରାଲ ହୋଇଥିଲା । ଭୁବନେଶ୍ୱର-୨ ଆରଟିଓ ଗାଡ଼ି ଅଟକ ରଖିଥିବା ବେଳେ ଜରିମାନା, ଲାଇସେନ୍ସ ନିଲମ୍ବନ ଭଳି ପଦକ୍ଷେପ ଗ୍ରହଣ କରିଛନ୍ତି । ଅନ୍ୟପଟେ, ପୁରୀରେ ମଧ୍ୟ ଏଭଳି ବିପଦପୂର୍ଣ୍ଣ ଗାଡ଼ି ଚାଳନା ଘଟଣାରେ ଆରଟିଓଙ୍କ ପକ୍ଷରୁ ମୋଟର ଯାନ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରି ଗାଡ଼ିକୁ ଅଟକ ରଖି ଜରିମାନା କରାଯାଇଛି । ନିୟମ ଉଲ୍ଲଙ୍ଘନର ଏଭଳି ଦୃଶ୍ୟ ଉପରେ ନିୟନ୍ତ୍ରଣ ପାଇଁ ସଡ଼କରେ ଏନଫୋର୍ସମେଣ୍ଟ ସହ ସୋସିଆଲ ମିଡିଆ ଉପରେ ମଧ୍ୟ ଏଭଳି ଘଟଣା ଉପରେ ଦୃଷ୍ଟି ରଖିବାକୁ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ନେଇଛି । ଉଭୟ ମୋଟର ଯାନ ଆଇନ ଓ ଭାରତୀୟ ନ୍ୟାୟ ସଂହିତାରେ ଏଭଳି କାର୍ଯ୍ୟ ବିରୋଧରେ କାର୍ଯ୍ୟନୁଷ୍ଠାନ ପାଇଁ ପ୍ରାବଧାନ ରହିଛି । ତେଣୁ ଏଭଳି ବିପଦପୂର୍ଣ୍ଣ ଗାଡ଼ି ଚାଳନାରୁ ଦୂରେଇ ରହିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଉଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Strict Action on Reels While Driving | Argus News | Argus News