Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

Ritu Das
Browse all articles by Ritu Das
·2 years ago·1 min read
ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଅର୍ଗସ ବ୍ୟୁରୋ: ଦିନକୁ ଦିନ ବଢିଚାଲିଛି ବଜ୍ରପାତଜନିତ ମୃତ୍ୟୁ ସଂଖ୍ୟ । ବଜ୍ରପାତ କାରଣରୁ ଅନେକ ଜୀବନହାନି ହେଉଛି । ପୂର୍ବରୁ ତାଳଗଛ ପାଇଁ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା କମ ରହୁଥିଲା । କିନ୍ତୁ ଏବେ ରାଜ୍ୟରେ ତାଳଗଛ ସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଇଛି । ଯାହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ପିସିସିଏଫ୍ ।

ପିସିସିଏଫ ଦେବିଦତ୍ତ ବିଶ୍ୱାଳ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଏଣିକି ମନ ଇଚ୍ଛା କାଟି ପାରିବେନି ତାଳଗଛ । ନିଜ ଜାଗାରେ ଥିବା ତାଳ ଗଛ କାଟିବାକୁ ମଧ୍ୟ ବନବିଭାଗ ଠାରୁ ଅନୁମତି ନେବାକୁ ପଡିବ ।  ରାଜ୍ୟରେ ବଢୁଥିବା ବଜ୍ରପାତ ଜନିତ ମୃତ୍ୟୁକୁ ନେଇ ଏଭଳି ନିୟମ କଡାକଡ଼ି କରାଯାଇଛି  । ବିନା ଅନୁମତିରେ ତାଳ ଗଛ କାଟିଲେ ହେବ କାର୍ଯ୍ୟାନୁଷ୍ଠାନ  ।

କେବଳ ଏତିକି ନୁହେଁ ରାଜ୍ୟରେ କିଭଳି ତାଳଗଛ ସଂଖ୍ୟା ବୃଦ୍ଧି କରାଯିବ ସେନେଇ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ରାଜ୍ୟରେ ୧୯ ଲକ୍ଷ ତାଳ ଗଛ ଲଗାଯିବାକୁ ନିଷ୍ପତ୍ତି ନେଇଛି ବନ ବିଭାଗ  । ପ୍ରତି ଫରେଷ୍ଟ ବ୍ଲକର ଚାରି ପଟେ ଚାରୋଟି ଲେଖାଏଁ ତାଳ ଗଛ ଲଗାଯିବ  । ଏଥିପାଇଁ ସାଢେ ୭ କୋଟି ଟଙ୍କା ଖର୍ଚ୍ଚ ହେବ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Sponsored
Strict action | Argus News