Videos
|
Odisha

ଖୁବ୍ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା

Sangram Tripathy
Browse all articles by Sangram Tripathy
·1 year ago·1 min read
ଖୁବ୍ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା

ଅର୍ଗସ ବ୍ୟୁରୋ: ଖୁବ୍‌ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଖାତାକୁ ଯିବ । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମିଳିଛି ଟଙ୍କା । ୬୦ ଲକ୍ଷ ହିତାଧିକାରୀ ପାଇଛନ୍ତି ଟଙ୍କା । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା । ଗତ ସେପ୍ଟେମ୍ବର ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: