ଆସନ୍ତାକାଲି ୧୨ଟା ପୂର୍ବରୁ ଆସିବ ସୁଭଦ୍ରା ଟଙ୍କା
·1 year ago

ଅର୍ଗସ ବ୍ୟୁରୋ: ଦିନ ୧୨ଟା ପୂର୍ବରୁ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା । ହିତାଧିକାରୀଙ୍କ ଆକାଉଣ୍ଟକୁ ପଇସା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ଦ୍ବିତୀୟ ପର୍ଯ୍ୟାୟର ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ପ୍ରାୟ ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ମହିଳାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏପର୍ଯ୍ୟନ୍ତ ୧ କୋଟିରୁ ଅଧିକ ମହିଳା ହିତାଧିକାରୀ ‘ସୁଭଦ୍ରା’ ଯୋଜନାରେ ସାମିଲ ହେବା ଲାଗି ଆବେଦନ କରିସାରିଲେଣି ବୋଲି ସେ କହିଛନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: