Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସୁଭଦ୍ରାରେ ସାମିଲ ହେବେ ବାଦ ପଡ଼ିଥିବା ହିତାଧିକାରୀ ! ଆଜି ବସୁଛି ସମୀକ୍ଷା ବୈଠକ

Santosh Kumar Sahoo
Browse all articles by Santosh Kumar Sahoo
·10 months ago·1 min read
ସୁଭଦ୍ରାରେ ସାମିଲ ହେବେ ବାଦ ପଡ଼ିଥିବା ହିତାଧିକାରୀ ! ଆଜି ବସୁଛି ସମୀକ୍ଷା ବୈଠକ

Key Points

ଆଜି ବସିବ ସୁଭଦ୍ରା ସମୀକ୍ଷା ବୈଠକ। ବାଦ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା। ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ।

ଆଜି ବସିବ ସୁଭଦ୍ରା ସମୀକ୍ଷା ବୈଠକ । ବାଦ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ଏନେଇ ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ ।
ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମଗା ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା । ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି ତା'ର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗ ରିପୋର୍ଟ ଆଧାରରେ ଆଜି ବସିବ ସୁଭଦ୍ରା ସମୀକ୍ଷା ବୈଠକ । ବାଦ ପଡ଼ିଥିବା ହିତାଧିକାରୀଙ୍କ ଯୋଡିବା ନେଇ ବଡ଼ ନିଷ୍ପତ୍ତି ହୋଇପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Subhadra Scheme: Review Meeting Today on Excluded Beneficiaries | Argus News