Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠାରୁ ଭୁବନେଶ୍ଵର ଜନତା ମୈଦାନରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

Rashmita Mishra
Browse all articles by Rashmita Mishra
·1 year ago·1 min read
ଆଜିଠାରୁ ଭୁବନେଶ୍ଵର ଜନତା ମୈଦାନରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଆଜିଠାରୁ ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା। ଭାଗ ନେବେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା SHG ଓ ଉତ୍ପାଦକ ଗୋଷ୍ଠୀ। ୩୦୦ରୁ ଅଧିକ ଷ୍ଟଲରେ ବିକ୍ରି ହେବ ବିବିଧ ସାମଗ୍ରୀ। ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ କ୍ରେତା, ବ୍ୟବସାୟ ଓ ବଜାର ସହ ଯୋଡ଼ିବାକୁ ସରକାରଙ୍କ ଉଦ୍ୟମ ।


ଆଜିଠୁ ଜନତା ମୈଦାନରେ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଶକ୍ତି ମେଳା ୨୦୨୫ । ଭୁବନେଶ୍ବରରେ ପ୍ରଥମ ଥର ପାଇଁ ଏଭଳି ଏକ ମେଳା ରାଜ୍ୟ ସରକାରଙ୍କ ଦ୍ଵାରା ଆୟୋଜିତ ହେବ । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ଏହି ମେଳାରେ ଅଂଶଗ୍ରହଣ କରିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ପ୍ରାୟ ୩୦୦ରୁ ଅଧିକ ଷ୍ଟଲ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀର ପ୍ରଦର୍ଶନୀ ହେବା ସହିତ ବିକ୍ରି ହେବ । ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ନଅ ଦିନିଆ ଭବ୍ୟ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ଏବଂ ଅର୍ଗାନିକ୍ ଉତ୍ପାଦ ପ୍ରଦର୍ଶିତ ହେବ । ଏହି କାର୍ଯ୍ୟକ୍ରମ ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ କ୍ରେତା, ବ୍ୟବସାୟ ଏବଂ ବଜାର ସହିତ ସଂଯୋଗ କରିବ ।ଯାହା ସେମାନଙ୍କର ବ୍ୟବସାୟ ସମ୍ପ୍ରସାରଣ କରିବା ସହ, ଆର୍ଥିକ ଅଭିବୃଦ୍ଧି ଏବଂ ନେଟୱାକିଂ ସୁଯୋଗ ପାଇଁ ଦ୍ବାର ଖୋଲିବ I

Sponsored
Subhadra Shakti Mela to begin at Bhubaneswar Janata Maidan from today | Argus News