Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସୁଭଦ୍ରା ଯୋଜନା: ଏହିମାନଙ୍କୁ ଖାଲି ମିଳିବ ଟଙ୍କା, ଏମାନେ ପାଇବେନି। ଜାଣନ୍ତୁ କାହିଁକି…

Odisha

ସୁଭଦ୍ରା ଯୋଜନା: ଏହିମାନଙ୍କୁ ଖାଲି ମିଳିବ ଟଙ୍କା, ଏମାନେ ପାଇବେନି। ଜାଣନ୍ତୁ କାହିଁକି…

Rashmita Mishra
Browse all articles by Rashmita Mishra
·1 year ago·2 min read
ସୁଭଦ୍ରା ଯୋଜନା: ଏହିମାନଙ୍କୁ ଖାଲି ମିଳିବ ଟଙ୍କା, ଏମାନେ ପାଇବେନି। ଜାଣନ୍ତୁ କାହିଁକି…

ସୁଭଦ୍ରା ଯୋଜନାକୁ ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ଘୋଷଣା । ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ବିତୀୟ କିସ୍ତି । ଆନ୍ତର୍ଜାତିକ ମହିଳା ଦିବସରେ ସଶକ୍ତ ହେବେ ମହିଳା । ଏକ କୋଟିରୁ ଅଧିକ ମହିଳାଙ୍କ ପାଖରେ ପହଞ୍ଚିବ ସୁଭଦ୍ରା ଟଙ୍କା । ବ୍ରହ୍ମପୁରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଦିଆଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଘୋଷଣା କରିଛନ୍ତି ।


ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିସାରିଛି। ୪ର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ମିଳିଛି ଟଙ୍କା। ଆଉ କିଛି ହିତାଧିକାରୀ ବାକି ରହିଥିବା ବେଳେ ସେମାନଙ୍କୁ ମଧ୍ୟ ସୁଭଦ୍ରା କିସ୍ତି ମିଳିବା ନେଇ ସୂଚନା ଦେଇସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ତେବେ ୨ୟ କିସ୍ତି ଆସିବା ପୂର୍ବରୁ ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା ମଧ୍ୟ କିଛି କିଛି ମହିଳାଙ୍କ ଖାତାକୁ ଆସୁଛି। ଏ ନେଇ ପୂର୍ବରୁ ବି ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଭାଗ୍ୟଶାଳୀ ଆଉ ୨ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବା ନେଇ ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ।


ଯେଉଁ ଯୋଗ୍ୟ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିନାହିଁ ସେମାନେ ବ୍ୟସ୍ତ ନହେବା ପାଇଁ ସରକାର ପରାମର୍ଶ ଦେଇଛନ୍ତି। ବିଭିନ୍ନ କାରଣ ପାଇଁ ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାଁନ୍ତି, ସେମାନଙ୍କୁ ଏକାବେଳେ ଦୁଇଟି କିସ୍ତି ଟଙ୍କା ମିଳିବ। ଏକାବେଳେ ସେମାନେ ଦୁଇଟି ସୁଭଦ୍ରା କିସ୍ତି ଅର୍ଥାତ ୧୦ ହଜାର ଟଙ୍କା ପାଇବେ। ଯାହାକି ମାର୍ଚ୍ଚ ୮ ତାରିଖରେ ମିଳିବାକୁ ଯାଉଛି। ଯିଏ ଆଦୌ ଆବେଦନ କରିନାହାଁନ୍ତି ସେମାନେ ଯଦି ଏବେ ବି ଆବେଦନ କରନ୍ତି ତେବେ ମାର୍ଚ୍ଚ ୮ ତାରିଖରେ ଦୁଇଟି କିସ୍ତି ଟଙ୍କା ଅର୍ଥାତ ୧୦ ହଜାର ଟଙ୍କା ପାଇବେ। ତେବେ କେଉଁମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା? ଜାଣନ୍ତୁ…

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ। ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି। ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ। ବା ସେମାନଙ୍କର ନାଁ କାଟି ଦିଆଯିବ। ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ। ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ। ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ।


ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ

Sponsored
Subhadra Yojana: These people will get money, these people will not. Find out why… | Argus News