Videos
|
Odisha

ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଟପିଛି

Jitendra Dash
Browse all articles by Jitendra Dash
·2 years ago·1 min read
ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଟପିଛି

ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରେ ଜଳୁଛି ଓଡ଼ିଶା । ଅସହ୍ୟ ହୋଉଛି ଗ୍ରୀଷ୍ମ ପ୍ରବାହ । ଗୁରୁବାର ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଟପିଛି । ତାଳଚେର ୩୫.୮ ଡିଗ୍ରୀ ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି । 

ଅଧିକ ପଢନ୍ତୁ ପାଣିପାଗ ଖବର

ସେହିପରି ଅନୁଗୁଳ ଓ ବାଲେଶ୍ୱରରେ ତାପମାତ୍ରା ୩୫ ଡିଗ୍ରୀ, ଜଗତସିଂହପୁରରେ ୩୪.୮, ଭବାନୀପାଟଣା, ନୟାଗଡ଼ ଓ ବାରିପଦାରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ତାପମାତ୍ରା ୩୩.୪ ଡିଗ୍ରୀ ରହିଛି । ଗୁରୁବାରଠାରୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆହୁରି ଦୁଇ ୨ରୁ୩ ଦିନ ଯାଏ ତାତିରୁ ନିସ୍ତାର ମିଳିବନି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
summer weather update | Argus News