Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Sunia Festival; ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ 1433 ସାଲ ଓ 69 ଅଙ୍କର ପ୍ରବେଶ

Smruti Parija
Browse all articles by Smruti Parija
·10 months ago·2 min read
Sunia Festival;  ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ 1433 ସାଲ ଓ 69 ଅଙ୍କର ପ୍ରବେଶ

Key Points

ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ

ଆଜିଠୁ ଗଜପତି ମହାରାଜାଙ୍କର 69 ଅଙ୍କ ଆରମ୍ଭ

ଜାତକ ଓ ପାଞ୍ଜି, ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ

ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ । ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ 1433 ସାଲ ଓ 69 ଅଙ୍କର ପ୍ରବେଶ । ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ । ଆଜିଠାରୁ ଗଜପତି ମହାରାଜାଙ୍କର 69 ଅଙ୍କ ଆରମ୍ଭ ହେବ ।


ଜାତକ ଓ ପାଞ୍ଜି, ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ ।


ଅନ୍ୟପଟେ ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି । ବାମନ ଜନ୍ମ ନୀତି ପାଇଁ ପାଞ୍ଚଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ମଧ୍ୟାହ୍ନଧୂପ ଚ୍ଛେକ ଆସିବା ପରେ ପରେ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଏଥିପାଇଁ ଆଜି ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ବାମନ ଜନ୍ମ, ପଇତା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ବିଧି ।


Sponsored
sunia-festival-celebrations-to-be-held-in-srinaara | Argus News