Videos
|
Odisha

ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ

Smruti Parija
Browse all articles by Smruti Parija
·1 year ago·1 min read
ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ

ଅର୍ଗସ ବ୍ୟୁରୋ: ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ 1432 ସାଲ ଓ 68 ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର 68 ଅଙ୍କ ଆରମ୍ଭ ହେବ। ଜାତକ ଓ ପାଞ୍ଜି, ଅଙ୍କ ଗଣନାର ରହିଛି ବିଶେଷ ମହତ୍ତ୍ବ। 

ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ। କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ। 

ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ବର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ।  ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
sunian-rituals-to-be-held-at-puri-temple | Argus News