Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍

Odisha

ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍

Smruti Parija
Browse all articles by Smruti Parija
·1 year ago·1 min read
ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍

ଭୁବନେଶ୍ୱର:  ବିଧାନସଭାରେ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ୍ । 12 ହଜାର 156 କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଛି । ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ପାଇଁ 125 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ଧରତୀ ଆବା ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନ (DAJGUA) ପାଇଁ 92 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ସର୍ବନିମ୍ନ ଆବଶ୍ୟକତା କାର୍ଯ୍ୟକ୍ରମ ଅଧୀନରେ ନିର୍ବାଚନ ମଣ୍ଡଳୀ ଅନୁଯାୟୀ ଆବଣ୍ଟନ ପାଇଁ 142 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । CAPF ମୁତୟନ ପାଇଁ 299 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।

ସେହିପରି ପୋଲିସ ଷ୍ଟେସନ ଓ ଫାଣ୍ଡିରେ CCTV ତନଖୁ ବ୍ୟବସ୍ଥା ସ୍ଥାପନ ପାଇଁ 51 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
22 ଟି ITI ରେ ଉତ୍କର୍ଷ କେନ୍ଦ୍ର (Centre of Excellence) ପ୍ରତିଷ୍ଠା ପାଇଁ 130 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତ ସୁବିଧା ବିକାଶ ପାଇଁ 26 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ପାଇଁ 5 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ 60 କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Supplementary budget presented in the Assembly | Argus News