Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଶିଶୁଙ୍କ ଅଶ୍ଲୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

Odisha

ଶିଶୁଙ୍କ ଅଶ୍ଲୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

Rashmita Mishra
Browse all articles by Rashmita Mishra
·1 year ago
ଶିଶୁଙ୍କ ଅଶ୍ଲୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

 ଅର୍ଗସ ବ୍ୟୁରୋ: ଶିଶୁଙ୍କ ଅଶ୍ଳୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିଶୁଙ୍କ ଅଶ୍ଳୀଳ ଭିଡିଓ ରଖିବା ଓ ଦେଖିବା ଅପରାଧ । ଏଥିପାଇଁ ପକସୋ ଆଇନ ଅନୁଯାୟୀ ଅଭିଯୁକ୍ତମାନେ ଦଣ୍ଡିତ ହେବେ । ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ପୂର୍ବରୁ ମାଡ୍ରାସ ହାଇକୋର୍ଟ ଏକ ରାୟରେ କହିଥିଲେ ଯେ, ଶିଶୁଙ୍କ ଅଶ୍ଳୀଳ ଭିଡିଓ ଦେଖିବା ଓ ଡାଉନଲୋଡ୍ କରିବା ଅପରାଧ ନୁହେଁ । ଏହାକୁ ଚ୍ୟାଲେଂଜ କରି ଆବେଦନକାରୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ମାଡ୍ରାସ ହାଇକୋର୍ଟଙ୍କ ରାୟକୁ ଖାରଜ କରିଛନ୍ତି । ଏଥିସହ ସଂସଦରେ ପକସୋ ଆଇନରେ ସଂଶୋଧନ ପାଇଁ ପ୍ରସ୍ତାବ ଦେଇଛନ୍ତି ସୁପ୍ରିମକୋର୍ଟ । ଶିଶୁଙ୍କ ଅଶ୍ଳୀଳ ଭିଡିଓକୁ ଶିଶୁ ଯୌନ ନିର୍ଯାତନା ଓ ଶୋଷଣ ସମ୍ବନ୍ଧୀୟ ବସ୍ତୁ  ନାମରେ ନାମିତ କରିବାକୁ କୋର୍ଟ ପ୍ରସ୍ତାବ ଦେଇଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Supreme Court verdict in child pornography case | Argus News