Susanta Singh / ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ପରଲୋକ

Key Points
ଚିକିତ୍ସାଧିନ ଅବସ୍ଥାରେ ସୁଶାନ୍ତଙ୍କ ଦେହାନ୍ତ ହୋଇଛି ।
ଭୁବନେଶ୍ୱର ସ୍ଥିତ ଆପାଲୋ ହସ୍ପିଟାଲ୍ ରେ ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୁଶାନ୍ତ ।
ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ସୁଶାନ୍ତଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱର ସ୍ଥିତ ଆପାଲୋ ହସ୍ପିଟାଲ୍ ରେ ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୁଶାନ୍ତ । ଭଟଲି ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ ତଥା ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ଥିଲେ ସୁଶାନ୍ତ ସିଂ ।
ସୂଚନାଯୋଗ୍ୟ, ସୁଶାନ୍ତ ସିଂହ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ଓଡ଼ିଶା ସରକାରରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ । ତାଙ୍କର ରାଜନୈତିକ ଜୀବନରେ ସାଧାରଣ ଲୋକଙ୍କ ସେବା ଏବଂ ବିକାଶମୂଳକ କାର୍ଯ୍ୟ ପାଇଁ ସେ ପରିଚିତ ଥିଲେ । ଶୋକ ତାଙ୍କ ଦେହାନ୍ତ ଖବର ପାଇ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ବିଜେଡି ସମେତ ବିଭିନ୍ନ ଦଳର ନେତାମାନେ ତାଙ୍କ ଆତ୍ମାର ସଦ୍ଗତି କାମନା କରିଛନ୍ତି ।
ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର ନେତା ଥିଲେ । ଗତ ୨୦୦୯ରୁ ୨୦୨୪ ପର୍ଯ୍ୟନ୍ତ କ୍ରମାଗତ ୩ଥର ବରଗଡ଼ ଜିଲା ଭଟଲି ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ । ସେ ନବୀନ ପଟ୍ଟନାୟକଙ୍କ ସରକାରରେ ଶ୍ରମମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଏହା ସହିତ ସେ ବରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦବୀରେ ମଧ୍ୟ ଥିଲେ। ବରଗଡ଼ ଜିଲା ସୋହେଲା ବ୍ଲକ ବାଉଶେନମୁରା ଗ୍ରାମରେ ଜନ୍ମଗ୍ରହଣ କରିଥିବା ସ୍ବର୍ଗତ ସିଂହଙ୍କ ପରଲୋକରେ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି।
📱 Get Argus News App
✨Related Topics
Explore more stories