Videos
|
Odisha

War Breaking: ଭୁବନେଶ୍ୱର ବିମାନ ବନ୍ଦର ବାହାରେ ସନ୍ଦିଗ୍ଧ ବ୍ୟାଗ୍

Rashmita Mishra
Browse all articles by Rashmita Mishra
·1 year ago·1 min read
War Breaking: ଭୁବନେଶ୍ୱର ବିମାନ ବନ୍ଦର ବାହାରେ ସନ୍ଦିଗ୍ଧ ବ୍ୟାଗ୍

ଭୁବନେଶ୍ୱର ବିମାନ ବନ୍ଦର ବାହାରେ ସନ୍ଦିଗ୍ଧ ବ୍ୟାଗ୍ । ଲଗେଜ ଟ୍ରଲିରେ ରହିଥିଲା ବ୍ୟାଗ । ବ୍ୟାଗକୁ ଯାଞ୍ଚ କରୁଛି ଡଗ୍ ଓ ବମ୍ ସ୍କ୍ୱାଡ୍ । ଯାଞ୍ଚ ପରେ ସନ୍ଦିଗ୍ଧ ବ୍ୟାଗ ଜବତ । ତେବେ ବ୍ୟାଗ କେମିତି କେଉଁଠୁ ଆସିଲା ତାକୁ ନେଇ ଆରମ୍ଭ ହୋଇଛି ଖୋଳତାଡ । ଭାରତ ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ଭୁବନେଶ୍ୱର ବିମାନ ବନ୍ଦରରୁ ବ୍ୟାଗ ମିଳିବା ଘଟଣା ଏବେ ଚର୍ଚ୍ଚା ସୃଷ୍ଟି କରିଛି ।

ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ରାଜ୍ୟର ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି।

ଏହି ଘଟଣା ପରେ ଏବେ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ସୁରକ୍ଷା କର୍ମୀମାନେ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ ମଧ୍ୟ କଡ଼ାକଡ଼ି ଭାବେ ଯାଞ୍ଚ କରୁଛନ୍ତି।



ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ନଜରରେ ରଖି ଓଡିଶାର ବିଭିନ୍ନ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସମସ୍ତ ସନ୍ଦିଗ୍ଧ ଗତିବିଧିକୁ ନଜରରେ ରଖିଛନ୍ତି ସୁରକ୍ଷା ବାହିନୀ । ହେଲେ ଏହାରି ଭିତରେ ସନ୍ଦିଗ୍ଧ ବ୍ୟାଗ ମିଳିବା ଘଟଣା ଏବେ ଚର୍ଚ୍ଚା ସୃଷ୍ଟି କରିଛି ।

ଭାରତର ଅପରେସନ୍ ସିନ୍ଦୂର ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ସାମରିକ ପ୍ରତିଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛି । ଶତ୍ରୁରାଷ୍ଟ୍ର ପାକିସ୍ତାନ ଦ୍ୱାରା ବିଭିନ୍ନ ଏୟାରପୋର୍ଟକୁ ଟାର୍ଗେଟ କରାଯାଉଛି। ଗତକାଲି ଜମ୍ମୁର ଏକାଧିକ ସ୍ଥାନକୁ ଟାର୍ଗେଟ କରି ପାକିସ୍ତାନ ରକେଟ ମାଡ଼ କରିଥିଲା । ଏହାପରେ ଜମ୍ମୁ ଏୟାରପୋର୍ଟରେ ସାଇରନ୍ ବାଜିବା ସହ ଜମ୍ମୁକୁ ବ୍ଲାକ ଆଉଟ୍ କରିଦିଆଯାଇଥିଲା । ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଥିଲା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
suspicious-bag-found-outside-bhubaneswar-airport | Argus News