Ex Gratia For Tamil Nadu Gas Leak / ତାମିଲନାଡ଼ୁ ଗ୍ୟାସ ଲିକ୍ ଘଟଣା: ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୪ ଲକ୍ଷର ସହାୟତା
·2 months ago·2 min read

Key Points
ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା
ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା
ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୨/୦୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଓଡ଼ିଶାରୁ ୫ ଜଣ ପ୍ରାଣ ହରାଇଛନ୍ତି। ସମସ୍ତ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରକୁ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।
ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଘଟଣା ତାଙ୍କୁ ଅତ୍ୟନ୍ତ ମର୍ମାହତ କରଛି । ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ସିଏମ୍।
ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ଚେନ୍ନାଇରେ ପହଞ୍ଚିଲେ ଓଡ଼ିଶା ଟିମ୍। ଶ୍ରମ ଏବଂ ESI ବିଭାଗର ସ୍ୱତନ୍ତ୍ର ସଚିବ ରାଜେଶ ଅଗ୍ରୱାଲାଙ୍କ ନେତୃତ୍ୱରେ ଯାଇଛି ଟିମ୍। ଆଜି ମୃତ ଓଡ଼ିଆ ଶ୍ରମିକଙ୍କ ପୋଷ୍ଟମର୍ଟମ ହେବ। ଓଡ଼ିଶା ଟିମ୍ ତିରୁଭଲ୍ଲୁରରେ ଆହତ ଶ୍ରମିକଙ୍କ ସ୍ୱାସ୍ଥ୍ୟାବସ୍ଥାର ସମୀକ୍ଷା କରିବେ। ଓଡ଼ିଶା ଟିମ୍ ର ଜଣେ ସଦସ୍ୟ ଏମ୍.ଏମ୍ ପାଇକ ଶ୍ରମ ଯୁଗ୍ମ କମିଶନର ଏବଂ ସରକାରୀ ମେଡିକାଲ କଲେଜ ହସ୍ପିଟାଲର ଅଧିକାରୀଙ୍କ ସହ ସମନ୍ୱୟ ରକ୍ଷା କରିବା ପାଇଁ ଚେନ୍ନାଇରେ ରହିବେ। ରାଜେଶ ଅଗ୍ରୱାଲା ଏବଂ ବିବି ଆଚାର୍ଯ୍ୟ ଚେନ୍ନାଇରେ ପହଞ୍ଚିବା ପରେ ତିରୁଭଲ୍ଲୁର ଯିବେ। ସେଠାରେ ଭର୍ତ୍ତି ହୋଇଥିବା ଆହତ ଶ୍ରମିକମାନଙ୍କର ଚିକିତ୍ସା ଜାରି ରହିଛି। ସେମାନଙ୍କ ମଧ୍ୟରୁ କିଛି ଶ୍ରମିକଙ୍କ ଅବସ୍ଥା ଗୁରୁତର ରହିଛି। ବାକି ୧୩୦ ଶ୍ରମିକଙ୍କୁ ନିକଟସ୍ଥ ଏକ ମଣ୍ଡପରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ସେମାନଙ୍କୁ ଖାଦ୍ୟ ଏବଂ ଅନ୍ୟ ଜରୁରୀ ସାମଗ୍ରୀ ଯୋଗାଇ ଦିଆଯାଇଛି।
ପଢନ୍ତୁ ଏହି ଖବର: ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ଶୋକବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ଓଡ଼ିଶା ଶ୍ରମିକଙ୍କ ସହାୟତା ପାଇଁ ଚେନ୍ନାଇରେ ପହଞ୍ଚିଲେ ଓଡ଼ିଶା ଟିମ୍
ଏହି ଆମୋନିଆ ଗ୍ୟାସ୍ ଲିକ୍ ଘଟଣାକୁ ନେଇ ଶୋକବ୍ୟକ୍ତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଦୁଃଖିତ ଓ ମର୍ମାହତ ଲେଖିବା ସହ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ଲେଖିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସୂଚନାନୁଯାୟୀ, ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲାରେ ସିଫୁଡ୍ ର ଏକ ରପ୍ତାନି ୟୁନିଟରେ ରବିବାର ଆମୋନିଆ ଗ୍ୟାସ ଲିକ୍ ହୋଇଥିଲା। ଏହି ଲିକ୍ ପେରିଆପାଲାୟମ ନିକଟସ୍ଥ କନିଗାଇପୈରରେ ଥିବା ସେଣ୍ଟ ପିଟର୍ସ ପଲ୍ ସିଫୁଡ୍ ଏକ୍ସପର୍ଟଙ୍କ ଫ୍ୟାକ୍ଟ୍ରିରେ ହୋଇଥିଲା। ଏହି କାରଖାନାରେ ୭ ଜଣ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୬୭ ଜଣ ଶ୍ରମିକ ଅସୁସ୍ଥ ହୋଇପଡ଼ିଥିଲେ। ମୃତକଙ୍କ ମଧ୍ୟରେ ଦୁଇ ଓଡ଼ିଆ ମହିଳା ଅଛନ୍ତି। ମୃତକମାନେ ହେଲେ ଜୁମାନୀ ଜୁଆଙ୍ଗ ଓ ମାଳତୀ। ପ୍ରଶାସନ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି। ମୃତାହତଙ୍କୁ ଉଦ୍ଧାର କରାଯାଇଛି।
Related Topics
Explore more stories