Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବର୍ଷା ପରେ ଭୀଷଣ ତାତିବ, ୪-୫ ଡିଗ୍ରୀ ବଢ଼ିବ ପାରଦ

Satyendu Sekhar Mishra
Browse all articles by Satyendu Sekhar Mishra
·1 year ago·1 min read
ବର୍ଷା ପରେ ଭୀଷଣ ତାତିବ, ୪-୫ ଡିଗ୍ରୀ ବଢ଼ିବ ପାରଦ

ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ବର୍ଷା ସମ୍ଭାବନା । ବିଶେଷ କରି ଉପକୂଳ ଓଡ଼ିଶାରେ ଏହାର ପ୍ରଭାବ ରହିବ । ଆସନ୍ତା ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପବନ ବହିବାର ସମ୍ଭାବନା ରହିଛି । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବର୍ଷା ପରେ ପାଗରେ ଆସିବ ପରିବର୍ତ୍ତନ । ଏଥିସହ ତାପମାତ୍ରା ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରା ୪-୫ ଡିଗ୍ରୀ ବୃଦ୍ଧି ପାଇବ । ସେହିଭଳି ରାତି ତାପମାତ୍ରାର ମଧ୍ୟ ବୃଦ୍ଧି ଘଟିବ । କିଛି ଦିନର ଆଶ୍ବସ୍ତି ପରେ ପୁଣି କଲବଲ କରିବ ଗ୍ରୀଷ୍ମର କୋପ ।

ସୂଚନାଯୋଗ୍ୟ ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରୁଥିଲା ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଥିଲା ଗ୍ରୀଷ୍ମ ପ୍ରବାହ । କିଛିଦିନ ତଳେ ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ ହେବା ସହିତ ଦେଶବ୍ୟାପି ରେକର୍ଡ ଭାଙ୍ଗିଥିଲା । କେବଳ ଏହି ଦୁଇଟି ସ୍ଥାନ ନୁହେଁ, ପଶ୍ଚିମ ଓଡ଼ିଶାରେ ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୫-୭ ଡିଗ୍ରୀ ଉପରେ ରହିଥିଲା । ମାର୍ଚ୍ଚ ୧୪ ତାରିଖରେ ୪୧. ୮ ଡିଗ୍ରୀ ସହ ଝାରସୁଗୁଡ଼ା ଓ ୧୫ ତାରିଖରେ ୪୨.୫ ଡିଗ୍ରୀ ସହ ବୌଦ୍ଧ ସାରା ଦେଶରେ ଉତ୍ତପ୍ତ ସ୍ଥାନ ପାଲଟିଥିଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Temperature increases after rain, mercury increases by 4-5 degrees | Argus News