Videos
|
Odisha

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା

Banajyotshna Ray
Browse all articles by Banajyotshna Ray
·2 years ago·1 min read
ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା

ଅର୍ଗସ ବ୍ୟୁରୋ:  ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା । ଆଇନ ଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ ପାଇଁ ମୁତୟନ ହୋଇଛନ୍ତି 10 ପ୍ଲାଟୁନ୍ ଫୋର୍ସ । ପୁରୁଣା ବଜାରରେ ଲାଗୁ ହୋଇଛି ବିଏନଏସଏସର ଧାରା 163 । ରାତିରେ ଫ୍ଲାଗ୍ ମାର୍ଚ୍ଚ କରିଛି ପୋଲିସ । ସୋସିଆଲ୍ ମିଡିଆ ପୋଷ୍ଟ ପରେ ଭଦ୍ରକରେ ସୃଷ୍ଟି ହୋଇଛି ଉତ୍ତେଜନାମୂଳକ ସ୍ଥିତି । ପୋଲିସ ଉପରେ ଆକ୍ରମଣ ସହ ପ୍ରଶାସନିକ ଅଧିକାରୀଙ୍କ ଗାଡ଼ି ଭାଙ୍ଗିଥିଲେ ଦୁର୍ବୃତ୍ତ । ପୋଲିସ ଉପରେ ଆକ୍ରମଣ ପରେ ପୁରୁଣା ବଜାର ଥାନାରେ ହୋଇଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଏସପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ ମହାନ୍ତି ପ୍ରମୁଖ ବୈଠକରେ ସାମିଲ ହୋଇଥିଲେ ।

ପୋଲିସ ଉପରେ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର । ସୋସିଆଲ୍ ମିଡିଆରେ ବିବାଦୀୟ ପୋଷ୍ଟ ନ କରିବାକୁ ନିବେଦନ କରିଛନ୍ତି ଡିଆଇଜି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: