ଆଜିଠୁ ତୋଷାଳି ମେଳା-୨୦୨୫, ମେଳାରେ ଲାଗିବ ୬୫୦ରୁ ଅଧିକ ଷ୍ଟଲ

ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ଉନ୍ନବିଂଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫ । ଆଜିଠୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଭୁବନେଶ୍ଵର ଜନତା ମଇଦାନରେ ଅନୁଷ୍ଠିତ ହେବ ତୋଷାଳି ମେଳା। ମେଳାରେ ୬୫୦ରୁ ଅଧିକ ଷ୍ଟଲ ଲାଗିବ। ଦିନ ୩ଟାରୁ ରାତି ୧୦ଟା ଯାଏଁ ମେଳା ଚାଲିବ। ତୋଷାଳି ମେଳାରେ ୩୦ ଲକ୍ଷ ଜନସମାଗମ ସହ ୨୮ କୋଟିର ବେପାର ହେବା ନେଇ ଲକ୍ଷ୍ୟ ରଖାଯାଇଛି। ଏହା ସହିତ ୨୫୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍ “ଶିଳ୍ପ ସୃଜନୀ”।
ଦିବ୍ୟ।ଙ୍ଗ ଓ ବୟସ୍କଙ୍କ ପାଇଁ ସ୍ଵତନ୍ତ୍ର ହେଲ୍ପ ଡେସ୍କ, ହ୍ଵିଲ ଚେୟାର ଏବଂ ଦିବ୍ୟାଙ୍ଗ ଓ ମହିଳାଙ୍କ ପାଇଁ ସ୍ଵତନ୍ତ୍ର ଶୌଚାଳୟର ବ୍ୟବସ୍ଥା ବି କରାଯାଇଛି। ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଆୟୋଜିତ ହେବ ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ “ଫ୍ୟାସନ ସୋ”। ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ । ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଶୁଭ ଉଦଘାଟନ କରିବେ । ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ସହ ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ନିମନ୍ତେ ଏହା ଏକ ବଜାର ଯୋଗାଇଦେବ ।
ଏତଦବ୍ୟତୀତ ବିଭିନ୍ନ ଶିକ୍ଷାନୁଷ୍ଠାନ, ଭାରତ ତଥା ଓଡିଶା ସରକାରଙ୍କ ଅଧିନସ୍ଥ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ଭିତ୍ତିକ ସଂସ୍ଥାମାନେ ବିଭିନ୍ନ ଷ୍ଟଲରେ ଦର୍ଶକମାନଙ୍କୁ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଷୟରେ ଅବଗତ କରିବେ । ୨୫୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍ ଶିଳ୍ପ ସୃଜନୀ । ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ “ଫ୍ୟାସନ ସୋ”ର ମଧ୍ୟ କରାଯିବ । ଚଳିତ ବର୍ଷ ମେଳାରେ ୩୦ ଲକ୍ଷ ଜନ ସମାବେଶ ସହିତ ୨୮ କୋଟି ଟଙ୍କାର ସାମଗ୍ରୀ ବିକ୍ରି ହେବ ବୋଲି ଆଶା କରାଯାଉଛି । ଭିଡକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: