Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆରମ୍ଭ ହେଲା ୩୫ତମ କୋଣାର୍କ ଉତ୍ସବ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଆରମ୍ଭ ହେଲା ୩୫ତମ କୋଣାର୍କ ଉତ୍ସବ

ଅର୍ଗସ ବ୍ୟୁରୋ:  ଆରମ୍ଭ ହେଲା ୩୫ ତମ କୋଣାର୍କ ଉତ୍ସବ । ଭାରତୀୟ ଶାସ୍ତ୍ରୀୟ ନୃତ୍ୟର କମ୍ପିଲା ମୁକ୍ତାକାଶ ରଙ୍ଗମଞ୍ଚ । ପ୍ରତିବର୍ଷ ପରି ଚଳିତବର୍ଷ ଡିସେମ୍ବର ୧ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ କୋଣାର୍କ ଉତ୍ସବ ସହିତ ଚନ୍ଦ୍ରଭାଗା ସ୍ଵର୍ଣ୍ଣିମ ବେଳାଭୂମିରେ ବାଲୁକା କଳା ଉତ୍ସବ ଅନୁଷ୍ଠିତ ହେଉଛି । ପ୍ରଥମ ଦିନ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉଦଘାଟନ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଜଗତସିଂହପୁର ସାଂସଦ ଡ଼. ବିଭୁ ପ୍ରସାଦ ତରାଇ ପ୍ରମୁଖ ଉପସ୍ଥିତ ଥିଲେ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚ ସହ କୋଣାର୍କ ସହର ଓ ଚନ୍ଦ୍ରାଭାଗା ବେଳାଭୂମିକୁ ନୂଆ ରୂପରେ ସଜ୍ଜିତ କରାଯାଇଛି ।

ବିଶେଷ କରି ସୂର୍ଯ୍ୟ ମନ୍ଦିର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚର ମଞ୍ଚ ସଜ୍ଜା, ତୋରଣ ନିର୍ମାଣ, ଆଲୋକ ସଜ୍ଜା ଲୋକଙ୍କୁ ବେସ ଆକ୍ରଷ୍ଠ କ ରିଛି । ଚଳିତବର୍ଷ ଆମେରିକା, ଅଷ୍ଟ୍ରେଲିଆ, ଶ୍ରୀଲଙ୍କା, ବେଲାରୁଷ ଆଦି ୬ଟି ଦେଶର ବିଦେଶୀ ଶିଳ୍ପୀଙ୍କ ସମେତ ରାଜ୍ୟ ବାହାରୁ ସମୁଦାୟ ୧୦୦ରୁ ଅଧିକ ବାଲୁକା ଶିଳ୍ପୀ ସେମାନଙ୍କ ବାଲୁକା କଳା ପ୍ରଦର୍ଶନ କରିବାକୁ ଆସିଛନ୍ତି । ମୋଟ ୩୮ଟି ଷ୍ଟଲରେ ବାଲୁକା କଳା ପ୍ରଦର୍ଶନ ହେଉଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The 35th Konark Festival has begun | Argus News