ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ସର୍ବଦଳୀୟ ବୈଠକ

ଅର୍ଗସ ବ୍ୟୁରୋ : ଆରମ୍ଭ ହେଲା ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଉପସ୍ଥିତ ଅଛନ୍ତି ।
ଅଧିକ ପଢନ୍ତୁ : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ତେବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗ ଦେଇ ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇଛନ୍ତି । ବିରୋଧୀ ଦଳ ନେତା ଓଡ଼ିଶାର ବିକାଶ ପାଇଁ ଯେଉଁ ଗଠନ ମୂଳକ ପ୍ରସ୍ତାବ ଦେବେ ତାକୁ ବିଜେପି ସରକାର ସାଦରରେ ଗ୍ରହଣ କରିବେ ବୋଲି କହିଛନ୍ତି ମୁକେଶ ମହାଲିଙ୍ଗ ।