Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ୨୨ ତାରିଖରୁ ବଢିବ ବର୍ଷାର ପରିମାଣ 

Odisha

୨୨ ତାରିଖରୁ ବଢିବ ବର୍ଷାର ପରିମାଣ 

Manini Pattanayak
Browse all articles by Manini Pattanayak
·1 year ago·1 min read
୨୨ ତାରିଖରୁ ବଢିବ ବର୍ଷାର ପରିମାଣ 

ଭୁବନେଶ୍ୱର:  ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ବର୍ଷା ଜାରି ରହିଥିବା ବେଳେ ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛି ବର୍ଷା ନାହିଁ । କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଏବଂ ୨୩ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨୨ ତାରିଖ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ତା ସହିତ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ବି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ଉପକୂଳ ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟେ ଦୁଇଟି ଜିଲ୍ଲାମାନଙ୍କ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବା ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଏବେ ଯାଏଁ କିଛି ପୂର୍ବାନୁମାନ ନାହିଁ । ୨୪ ୨୫ ତାରିଖରେ ବି ବର୍ଷା ରହିବ । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The amount of rain will increase from 22nd | Argus News