Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶେଷ ହେଲା ବିଧାନସଭାର ବଜେଟ୍ ଅଧିବେଶନ

Rashmita Mishra
Browse all articles by Rashmita Mishra
·1 year ago·1 min read
ଶେଷ ହେଲା ବିଧାନସଭାର ବଜେଟ୍ ଅଧିବେଶନ

ଶେଷ ହେଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ତଥା ବଜେଟ ଅଧିବେଶନ । ତିନୋଟି କାର୍ଯ୍ୟ ଦିବସ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭାକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ୨୮ ଟି କାର୍ଯ୍ୟ ଦିବସ ମଧ୍ୟରୁ ୨୫ ଟି କାର୍ଯ୍ୟ ଦିବସ ଚାଲିଥିଲା । ଆଗକୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବା ରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ସମର୍ଥନ କଲେ ଶାସକ ଦଳ ବିଧାୟକ ରୂପ ଭତ୍ରା, ଶତ୍ରୁଘ୍ନ ଜେନା । ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

ଏହି ଅଧିବେଶନରେ ବିଶ୍ୱ ବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ଏବଂ ରାଜ୍ୟ ରାଜପଥ ପ୍ରାଧି କରଣ ବିଲ ୨୦୨୫ ବିଧାନସଭାରେ ପାରିତ ହୋଇଛି । ସେହିପରି ୨୦୨୫-୨୬ ଆର୍ଥିକ ବର୍ଷ ର ବଜେଟ ଗୃହରେ ପାରିତ ହୋଇଥିଲା । ବେଶ ଘଟଣା ବହୁଳ ଥିଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ପ୍ରଥମ ଥର ପାଇଁ ବିଧାନସଭା ଇତିହାସରେ ଗୃହ ରୁ ନିଲମ୍ବିତ ହୋଇଥିଲେ କଂଗ୍ରେସ ଦଳର ସମସ୍ତ ବିଧାୟକ । ଏହା ସହ ବିଶ୍ୱ ବିଦ୍ୟାଳୟ ସଂଶୋଧନ ବିଲ ଏବଂ ରାଜ୍ୟ ରାଜପଥ ପ୍ରାଧି କରଣ ବିଲ ଆଲୋଚନା ବେଳେ ରାତି ତମାମ ଚାଲିଥିଲା ବିଧାନସଭା । ବୁଧବାର ସକାଳ ୧୦.୩୦ ମିନିଟ ରେ ଆରମ୍ଭ ହୋଇ ଗୃହ ଗୁରୁବାର ସକାଳ ୭ ଟା 5 ମିନିଟ ପର୍ଯ୍ୟନ୍ତ ଚାଲିଥିଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
the-budget-session-of-the-legislative-assembly-has-ended | Argus News