Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ସ୍ବତନ୍ତ୍ର ମକରନୀତି

Odisha

ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ସ୍ବତନ୍ତ୍ର ମକରନୀତି

Ritu Das
Browse all articles by Ritu Das
·1 year ago·1 min read
ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ସ୍ବତନ୍ତ୍ର ମକରନୀତି

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ସ୍ବତନ୍ତ୍ର ମକରନୀତି । ଶ୍ରୀଜଗନ୍ନାଥଙ୍କ ଦ୍ବାଦଶ ଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ପ୍ରମୁଖ ଯାତ୍ରା ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉଙ୍କ ପଟା ପହରଣ ଲାଗି କରାଯାଇଛି । ମହାପ୍ରଭୁଙ୍କ ନିକଟରେ ଲାଗି ହେଉଛି ମକରଚାଉଳ ଭୋଗ । ଗୋପାଳବଲ୍ଲଭ ଓ ସକାଳଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମହାପ୍ରଭୁ ମକରଚୌରାସୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।


ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଆଜିଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଛି । ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିକୁ ଅତି ଶୁଭଙ୍କର ବିଶ୍ବାସ କରାଯାଏ । ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ସଜ୍ଜିତ ହୋଇଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କ ମକରବେଶ ପାଇଁ ଜଗନ୍ନାଥ ବଲ୍ଲଭ ମଠ ପକ୍ଷରୁ ସୁସଜ୍ଜିତ ମାଳଚୂଳ ପ୍ରସ୍ତୁତ କରାଯାଇଥିବାବେଳେ ବଡ଼ଓଡିଆ ମଠ ପକ୍ଷରୁ ରଙ୍ଗ ବେରଙ୍ଗର ବିଭିନ୍ନ ସୁବାସିତ ପୁଷ୍ପ ଓ ତୁଳସୀ ସଜ୍ଜିତ ମାଳ ଚୂଳ ପ୍ରସ୍ତୁତ କରାଯାଇଛି । ଗତକାଲି ରାତିରୁ କୁମ୍ଭାରପଡ଼ା ସ୍ଥିତ ଆଲାମଚଣ୍ଡୀ ମନ୍ଦିର ପକ୍ଷରୁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ମକର ଚାଉଳ ଭୋଗ ପାଇଁ ଏକ ପଟୁଆରରେ ଯାଇ ପାଞ୍ଚଟି ମକରତାଡ ଯୋଗାଇ ଦିଆଯାଇଥିଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
The celebration in the temple is the special Makarsankranti of the Lord | Argus News